ବିଧାୟକଙ୍କ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,  ୧୩।୨(ବ୍ୟୁରୋ): ଆସନ୍ତା ୧୮ରୁ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌ ସ୍ଥିତିରେ ସୁଧାର ଆସିଥିଲେ ହେଁ ଚଳିତଥର ମଧ୍ୟ ଅଧିବେଶନକାଳରେ ସମସ୍ତ ନିୟମାବଳୀକୁ ପାଳନ କରାଯିବ। ପୂର୍ବରୁ ଦୁଇଟି ଅଧିବେଶନ ଭଳି ଚଳିତ ଅଧିବେଶନ ଲାଗି ମଧ୍ୟ କୋଭିଡ୍‌ ଟେଷ୍ଟ କରାଯିବ। ଯାହାର ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଥିବ, ତାଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ମିଳିବ। ସମସ୍ତ ବିଧାୟକ, ସେମାନଙ୍କ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କ କରୋନା ଟେଷ୍ଟ କରାଯିବ। ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ବିଧାନସଭା ପରିସରରେ ଏହି ଟେଷ୍ଟ ହେବ। ଏଥିସହ ଅଧିବେଶନ ସରିଲା ପରେ ବି ସମସ୍ତଙ୍କ ଆରଟି-ପିସିଆର ଟେଷ୍ଟ କରାଯିବ। ଅଧିବେଶନବେଳେ କେହି ସଦସ୍ୟ ଅସୁସ୍ଥ ହେଲେ ଟେଷ୍ଟ କରିବେ। ବିଧାନସଭା ସଚିବାଳୟ କର୍ମଚାରୀ ଓ ସିଏମ୍‌ଓ ଷ୍ଟାଫ୍‌ଙ୍କର ମଧ୍ୟ ଟେଷ୍ଟ ହେବ। ଏନେଇ ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନ୍‌ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri