ବିଧାନସଭାରେ ହେବ ବିରାଟ କାଠ ତିଆରି ଅରଟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଓ ରାଜ୍ୟର ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ସୁରକ୍ଷା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଅରୁଣ କୁମାର ସାହୁ, ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ମନ୍ତ୍ରୀ ପଦ୍ମିନୀ ଦିଆନ ପ୍ରମୁଖ ଅଂଶ ଗ୍ରହଣ କରିଛନ୍ତି। ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ଅବସରରେ ଏହାକୁ ସ୍ମରଣୀୟ କରିବାକୁ ସଂସ୍କୃତି ବିଭାଗ ଦ୍ବାରା କେତେକ ପ୍ରସ୍ତାବ ରଖାଯାଇଛି। ଏଥିରେ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ‘ଅହିଂସା’ ଶବ୍ଦକୁ ସ୍ଥାନିତ କରିବା ସର୍ବାଗ୍ରେ ରହିଛି। ଏହାକୁ ବ୍ୟାପକ କରିବାକୁ ଜନ ସହଯୋଗ ନିଆଯିବା ନେଇ ନିଷ୍ପତ୍ତି ହୋଇଛି। ମାର୍ଚ୍ଚ ୨୩ରେ ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ୧୦୦ ବର୍ଷ ପୂରଣ ହେଉଥିବାରୁ ସେହିଦିନଠାରୁ ବର୍ଷବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ନିଷ୍ପତ୍ତି ହୋଇଛି। ବିଶେଷଭାବେ ଯେଉଁସବୁ ଗ୍ରାମରେ ଗାନ୍ଧିଜୀ ପଦାର୍ପଣ କରିଥିଲେ, ସେହି ଗ୍ରାମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସବୁଠାରୁ ବଡ କଥା ହେଉଛି, ବିଧାନସଭାରେ ଏକ ବିରାଟ କାଠ ତିଆରି ଅରଟ ସ୍ଥାପନ ସହ ୫୦୦ ଫୁଟ୍‌ର ଏକ କାନ୍‌ଭାସ୍‌ରେ ଗାନ୍ଧୀ ଚିତ୍ର ପ୍ରସ୍ତୁତି ଓ ପ୍ରଦର୍ଶନ କରିବାର ପ୍ରସ୍ତାବ ରହିଛି। ରାଜ୍ୟର ବରପୁତ୍ରମାନଙ୍କ ଗ୍ରାମଗୁଡ଼ିକୁ ଆଦର୍ଶ ଗ୍ରାମଭାବେ ରୂପାନ୍ତରିତ କରିବାକୁ ପଦକ୍ଷେପ ନେବାକୁ ଆଲୋଚନା ହୋଇଛି। ସମସ୍ତ ଗାନ୍ଧୀ ସ୍ମୃତିପୀଠ, ଗାନ୍ଧୀ ପ୍ରତିମୂର୍ତ୍ତି, ଗାନ୍ଧୀ ସ୍ମାରକୀ ଇତ୍ୟାଦିର ଉପଯୁକ୍ତ ରକ୍ଷଣାବେକ୍ଷଣ, ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାତକୁ ନିଆଯିବ। ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ତରରେ ପାଠ୍ୟକ୍ରମରେ ମହାପୁରୁଷଙ୍କ ଲେଖା ପ୍ରସ୍ତୁତ କରି ସିଲାବସ୍‌ରେ ସ୍ଥାନିତ କରିବା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହିତ ଯୋଗସୂତ୍ର ରକ୍ଷାକରି ପଦକ୍ଷେପ ନେବା ପାଇଁ କୁହାଯାଇଛି। ସେହିପରି ରାଜ୍ୟ ସଂଗ୍ରହାଳୟ ତରଫରୁ ସଂଗ୍ରହାଳୟରେ ସ୍ବତନ୍ତ୍ର ଗାନ୍ଧୀ ଗ୍ୟାଲେରି ସ୍ଥାପନ ଓ ଗାନ୍ଧୀଙ୍କ ଓଡ଼ିଶା ଆଗମନର ପ୍ରାସଙ୍ଗିକତା ଉପରେ ଆଲୋଚନାଚକ୍ର ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?