ପାଠ୍ୟ ଖସଡ଼ାରେ ରହିବ ବିପର୍ଯ୍ୟୟ, ମହାମାରୀ ବିଷୟ

ଭୁବନେଶ୍ୱର,୩୦।(ବ୍ୟୁରୋ):  ଆଗୁଆ ପାଣିପାଗ ସମ୍ପର୍କରେ ସୂଚନା ପାଇଁ ରାଜ୍ୟ ସରକାର ସବୁ ଗ୍ରାମ ପଞ୍ଚାୟତରେ ଟେଲିମେଟ୍ରିକ୍‌ ରେନ୍‌ ଗଜ, ପ୍ରତି ବ୍ଲକରେ ସ୍ବୟଂକ୍ରିୟ ପାଣିପାଗ ଷ୍ଟେଶନ ବ୍ୟବସ୍ଥା କରିବା ପାଇଁ ବ୍ୟବସ୍ଥା କରାଯାଉଛି। ଗୋଷ୍ଠୀଭିତ୍ତିକ ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରିବା ପାଇଁ ଗ୍ରାମ ଏବଂ ଆଶ୍ରୟସ୍ଥଳୀ ସ୍ତରରେ ଥିବା ୪୦ ହଜାର ସ୍ବେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ପଞ୍ଚାୟତିରାଜ ପ୍ରତିନିଧି, ସ୍ଥାନୀୟ ସ୍ବାୟତ୍ତ ଶାସନ ବ୍ୟବସ୍ଥାର ପ୍ରତିନିଧି, ମିଶନ ଶକ୍ତି ସଦସ୍ୟା, ଅଙ୍ଗନଓ୍ବାଡି କର୍ମୀ, ବନ ସୁରକ୍ଷା ସମିତିର ସଦସ୍ୟମାନେ ବିପର୍ଯ୍ୟୟ ମୁକାବିଲାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ଆଗାମୀ ଦିନରେ ପ୍ରତି ଘରେ ଓ ଗାଁରେ ଜଣେ ଜଣେ ବିପର୍ଯ୍ୟୟ ପରିଚାଳନା ଯୋଦ୍ଧା ହେବା ନିମନ୍ତେ ୪ର୍ଥଶ୍ରେଣୀରୁ ସ୍ନାତକ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କର ପାଠ୍ୟ ଖସଡାରେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ସମ୍ପର୍କିତ ପାଠ୍ୟକ୍ରମ ରଖାଯିବ। ରାଜ୍ୟସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଅବସରରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା)ଙ୍କ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଭିଡିଓ କନ୍‌ଫରେନ୍ସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦିବସ ୧୯୯୯ ମସିହାରେ ସଂଘଟିତ ପ୍ରଳୟଙ୍କରୀ ମହାବାତ୍ୟାର ଭୟାବହତା ଏବଂ ଧ୍ୱଂସଲୀଳାକୁ ମନେପକାଇବା ସହିତ ଭବିଷ୍ୟତରେ ଯେକୌଣସି ପ୍ରକାରର ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଦୃଢ ସଂକଳ୍ପବଦ୍ଧ କରାଇଥାଏ। ମହାବାତ୍ୟାର ୨୩ ବର୍ଷ ପରେ ଆମେ ଆମ ରାଜ୍ୟକୁ ବିପର୍ଯ୍ୟୟ ସମୟରେ ଯେପରି ନିରାପଦରେ ରଖିପାରିବୁ, ସେଥିପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛୁ। ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶାରେ ଭିତ୍ତିଭୂମି ସୁଦୃଢ଼ କରାଯାଇଛି। ବିଗତ କିଛି ବର୍ଷ ହେଲା ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ଉଦ୍ୟମକୁ ବିଶ୍ୱବାସୀ ପ୍ରଶଂସା କରିଆସୁଛନ୍ତି। ଏହି ଭିତରେ ୮୧୫ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଥିବା ବେଳେ ୫୫ଟି ନିର୍ମାଣାଧୀନ ରହିଛି। ଏହି ଦିବସରେ ମହାବାତ୍ୟା ଏବଂ ନିକଟ ଅତୀତରେ ଘଟିଥିବା ବିଭିନ୍ନ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ସମସ୍ତ ବ୍ୟକ୍ତିବିଶେଷଙ୍କ ସ୍ମୃତିରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଏହି ଅବସରରେ ଓସ୍‌ଡମା ପକ୍ଷରୁ ଆୟୋଜିତ ଏକ ବୃହତ୍‌ ପ୍ରଦର୍ଶନୀକୁ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିବା ସହିତ ପ୍ରଦର୍ଶନୀରେ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ବ୍ୟବହାର ହେଉଥିବା ସମସ୍ତ ଆଧୁନିକ ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ପଚାରି ବୁଝିଥିଲେ। ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ ବୋଲି କହିଛନ୍ତି। ସେ ସବୁବେଳେ ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ଚିନ୍ତିତ। ଚଳିତବର୍ଷର ବିପର୍ଯ୍ୟୟ ପ୍ରସ୍ତୁତି ଦିବସର ପ୍ରସଙ୍ଗ ରହିଛି- ‘ବିପର୍ଯ୍ୟୟଜନିତ ସମ୍ଭାବ୍ୟ କ୍ଷୟକ୍ଷତିର ସ୍ଥିତିସ୍ଥାପକତାରେ ଗୋଷ୍ଠୀର ଭୂମିକା।’ ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀଭିତ୍ତିକ ସମ୍ପୃକ୍ତି ସମସ୍ତଙ୍କ ପାଇଁ ସବୁଠାରୁ ବଡ଼ ଆହ୍ବାନ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନର ତଥା ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ଜେନା ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ୧୯୯୯ ମହାବାତ୍ୟା ପରେ ଆମେ ଅନେକ କଥା ଶିକ୍ଷା କରିଛୁ। ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଆମକୁ ଆହୁରି ଶକ୍ତିଶାଳୀ ହେବାକୁ ପଡ଼ିବ। ପ୍ରତିବର୍ଷ ଦେଶରେ ସାପ କାମୁଡ଼ାରେ ପ୍ରାୟ ୫୮ ହଜାର ମୃତ୍ୟୁବରଣ କରୁଥିବା ବେଳେ ଆମ ରାଜ୍ୟରେ ସାପ କାମୁଡା ହ୍ରାସ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗ୍ରହଣ କରାଯିବ। କଟକ-ଭୁବନେଶ୍ୱରରେ ଗୋଷ୍ଠୀଭିତ୍ତିକ ଅଗ୍ନିଶମ ସେବା ପରିଚାଳନା ପାଇଁ ପ୍ରଶିକ୍ଷଣ ଦିଆଯିବାର ବ୍ୟବସ୍ଥା କରାଯାଉଛି ବୋଲି ଜେନା କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସନ୍ତୋଷ କୁମାର ଉପାଧ୍ୟାୟ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ରାଧାକ୍ରିଷ୍ଣନ୍‌ ଶର୍ମା ଯୋଗଦେଇ ଯୁବଗୋଷ୍ଠୀଙ୍କୁ ପ୍ରଶିକ୍ଷଣ ଦେଇ ସେମାନଙ୍କର ଦକ୍ଷତାର ବିକାଶ କରି ବିପର୍ଯ୍ୟୟ ମୁକାବିଲା ଦିଗରେ ପ୍ରସ୍ତୁତ କରିବା ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନର ସହଭାଗିିତାରେ ବିପର୍ଯ୍ୟୟ ମୁକାବିଲା ପରିଚାଳନାକୁ ଆହୁରି ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିପର୍ଯ୍ୟୟ ମୁକାବିଲା ଦିଗରେ ଓଡ଼ିଶାର ସଫଳତା ଉପରେ ପର୍ଯ୍ୟବସିତ ପୁସ୍ତକ-ଦି ରେସପନ୍ସ, ବିଲ୍ଟିଂ ରେଜିଲିଏଣ୍ଟ ଫର୍‌ ସ୍କୁଲ ଇନ୍‌ଫ୍ରାଷ୍ଟ୍ରକ୍ଚର, କୋଭିଡ୍‌-୧୯ ମ୍ୟାନେଜମେଣ୍ଟ ପ୍ରୋସେସ ଡକ୍ୟୁମେଣ୍ଟ ଆଦି ୩ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। କାର୍ଯ୍ୟକ୍ରମରେ ୟୁନିସେଫର୍‌ ଓଡ଼ିଶା ମୁଖ୍ୟ ମୋନିକା ନେଲସନ ଯୋଗଦେଇଥିଲେ। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ରାଜ୍ୟର ପ୍ରମୁଖ ୩ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳର ସଭାପତି ଓ ସମ୍ପାଦକମାନଙ୍କୁ ୧୦ହଜାର ଟଙ୍କା ଲେଖାଏ ପୁରସ୍କୃତ କରାଯାଇଥିଲା। ଭାରତୀୟ ରେଡ୍‌କ୍ରସ ସୋସାଇଟିର ଶ୍ରେଷ୍ଠ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ, ଗୋଷ୍ଠୀ ପରିଚାଳନାଭିତ୍ତିକ ବାତ୍ୟା ଆଶ୍ରୟସ୍ଥଳ, ଶ୍ରେଷ୍ଠ ବିପର୍ଯ୍ୟୟ ପରିଚାଳନା ପ୍ଲାନ୍‌ ପାଇଁ ଗଜପତି ଜିଲା, କୋମନା ବ୍ଲକ(ନୂଆପଡା),ଦାରିଙ୍ଗବାଡ଼ି(କନ୍ଧମାଳ),ଆଠମଲ୍ଲିକ(ଅନୁଗୋଳ) ବ୍ଲକକୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଏନ୍‌ଡିଆରଏଫ୍‌,ଓଡ୍ରାଫ, ଅଗ୍ନିଶମ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଅତିରିକ୍ତ ସ୍ବତନ୍ତ୍ର ରିଲିଫ୍‌ କମିଶନର ତଥା ଓସ୍‌ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri