ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍‌ଆଇସି ଏଜେଣ୍ଟ୍‌

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍‌ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗକୁ ଆଧାର କରି ଜଣେ ଏଲ୍‌ଆଇସି ଏଜେଣ୍ଟଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି।

ଖୋର୍ଦ୍ଧା ଏଲଆଇସି କାର୍ଯ୍ୟାଳୟର ଏଜେଣ୍ଟ୍‌ କବିରାଜ ବେହେରା । ତାଙ୍କ ଘର ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଝଡ଼ାକଟା ଗାଁରେ। କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରି ଅଧିକ ଖୋଳତାଡ଼ ଚଳାଇଛି ।

କବିରାଜ ୨୦୧୩ରୁ ୨୦୧୯ ମଧ୍ୟରେ ଏହି ଠକେଇ କରିଛନ୍ତି । ଚଞ୍ଚକତା କରି ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ସେ ୨୩ଟି ବୀମା କରିଥିଲେ । ପଲିସିଗୁଡ଼ିକୁ ୨-୫ ବର୍ଷ ଯାଏ ସଚଳ ରଖି ପ୍ରିମିୟମ ଭରୁଥିଲେ କବିରାଜ । ଏହାପରେ ମିଛ ମୃତ୍ୟୁ ପ୍ରମାଣପତ୍ର ଦେଇ ବୀମା ରାଶି ପାଇଁ କ୍ଲେମ କରୁଥିଲେ । ୫ଟି ପଲିସି ଉପରେ ଡେଥ୍‌ କ୍ଲେମ୍‌ ଦ୍ୱାରା ଏଲ୍‌ଆଇସି ୧ କୋଟି ୧୮ ଲକ୍ଷ ଟଙ୍କା ଦେଇଛି ।

ଏନେଇ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖାରେ ଖୋର୍ଦ୍ଧା ଏଲ୍‌ଆଇସି ଶାଖା ପକ୍ଷରୁ ଅଭିଯୋଗ ହୋଇଥିଲା।ଖୋଳତାଡ଼ ବେଳେ କବିରାଜଙ୍କ କାରନାମା ଲୋକଲୋଚନକୁ ଆସିଥିଲା।

ଚଢ଼ାଉ ବେଳେ ତାଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ନୋମିନିଙ୍କ ଜାଲ ପ୍ରମାଣପତ୍ର ଜବତ ହୋଇଛି । ଭୂତ ବ୍ୟକ୍ତିଙ୍କ ଦସ୍ତଖତ ସମ୍ବଳିତ କାଗଜପତ୍ର ବି ଜବତ କରିଛି କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ଆଉ କାହାର ସଂପୃକ୍ତି ଅଛି କି ନାହିଁ ସେ ବିଷୟରେ ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri