ଆଜି ଗୁଜରାଟରେ ହେବ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା

ଭୁବନେଶ୍ୱର,୩୦ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍‌ ଫୋରେନସିକ୍‌ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ, ଏଏସ୍‌ଆଇ ସଲିଳମୟୀ ସାହୁ ଏବଂ ଘଟଣା ଦିନ ଥାନାରେ ପ୍ରତ୍ୟକ୍ଷଦର୍ଶୀ ଭାବେ ଉପସ୍ଥିତ ଥିବା କାର୍ଯ୍ୟରତ ଏସ୍‌ଆଇ ପ୍ରଶାନ୍ତ ମହାରଣା ରବିବାର ଗୁଜରାଟ ଯାଇଛନ୍ତି। ଏଥିସହ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ମଧ୍ୟ ସେଠାକୁ ଯାଇଛି। ତେବେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ, ନାର୍କୋ-ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଙ୍ଗ୍‌ ଟେଷ୍ଟ ହେବାକୁ ଥିବାବେଳେ ଅନ୍ୟ ୪ ପୋଲିସ ଅଧିକାରୀଙ୍କ କେବଳ ପଲିଗ୍ରାଫ୍‌ ଟେଷ୍ଟ କରାଯିବ। ଜଣଙ୍କ ପରେ ଜଣଙ୍କୁ ଏସବୁ ଟେଷ୍ଟ କରାଇବାକୁ କ୍ରାଇମବ୍ରାଞ୍ଚ ଯୋଜନା କରିଛି। ଟେଷ୍ଟ ସରିବା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ଓଡ଼ିଶା ଫେରିଆସିବ। ଉକ୍ତ ରାତିରେ ପ୍ରକୃତରେ କ’ଣ ଘଟିଥିଲା। କାହା ବୟାନରେ ସତ ରହିଛି। ଏସବୁ ଜାଣିବାକୁ କ୍ରାଇମ୍‌ବ୍ରାଞ୍ଚ ପାଖରେ ଶେଷ ବିକଳ୍ପ ରହିଛି ସାଇଣ୍ଟିଫିକ୍‌ ଟେଷ୍ଟ। ରିପୋର୍ଟ ଆସିବା ପରେ ପ୍ରକୃତ ସତ ପଦାକୁ ଆସିବ ବୋଲି ତଦନ୍ତକାରୀ ଟିମ୍‌ ଆଶା ରଖିଛି। ଏସବୁ ଟେଷ୍ଟ କରାଇବାକୁ କ୍ରାଇମ୍‌ବ୍ରାଞ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଥିବାବେଳେ ପୋଲିସ ଅଧିକାରୀମାନେ ସହମତି ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଦିନରେ ଓ ଟେଷ୍ଟ ହେବାକୁ ଥିବା ୫ ପୋଲିସ ଅଧିକାରୀ ରାତିରେ ବିମାନଯୋଗେ ଗୁଜରାଟ ଗସ୍ତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri