ଗରିବୀ ନେଲା ନାବାଳିକା ଛାତ୍ରୀଙ୍କ ଜୀବନ

ଭୁବନେଶ୍ୱର,୨୭ା୮(ବ୍ୟୁରୋ) : ରାଜଧାନୀରେ ଆତ୍ମହତ୍ୟା ଘଟଣା ଥମିବାରେ ନାଁ ଧରୁନି। ଗୋଟିଏ ଆତ୍ମହତ୍ୟାର କାରଣ ଖୋଜୁ ଖୋଜୁ ଆଉ ଗୋଟିଏ ଘଟଣା ପୋଲିସର ଚିନ୍ତା ବଢ଼ାଉଛି। ଗୁରୁବାର ଜଣେ ମହିଳା ଓ ଜଣେ ଯୁବତୀ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବାବେଳେ ଶୁକ୍ରବାର ବଡଗଡ ଥାନା ତାରିଣୀ ବସ୍ତିରେ ଜଣେ ନାବାଳିକା ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କେ. ଇନ୍ଦିରା ରାଓ (୧୭)। ଖବର ପାଇ ବଡଗଡ ଥାନା ପୋଲିସ ଛାତ୍ରୀଙ୍କ ମୃତଦେହକୁ ଜବତ କରିବା ସହ ଅପମୃତ୍ୟୁ ମାମଲା (ନଂ ୨୫/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପାଠପଢ଼ିବାର ସ୍ବପ୍ନ ଓ ଆର୍ଥିକ ଅନଟନକୁ ନେଇ ପରିବାରରେ ଝଗଡ଼ାକୁ ନେଇ ନାବାଳିକା ଜଣକ ଏଭଳି ଚରମ ନିଷ୍ପତ୍ତି ନେଇଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।
ସୂଚନାନୁସାରେ, ତାରିଣୀ ବସ୍ତିରେ ଲୋକନାଥ ରାଓ ସ୍ତ୍ରୀ ଓ ପିଲାଙ୍କ ସହ ରୁହନ୍ତି। ସେ ଶ୍ରମିକ ଭାବେ କାମ କରି ଯାହା ରୋଜଗାର କରନ୍ତି ସେଥିରେ ପରିବାର ଚଳିବା ସହ ପିଲାମାନେ ପାଠପଢ଼ନ୍ତି। ଲୋକନାଥଙ୍କ ଝିଅ କେ. ଇନ୍ଦିରା ଦଶମ ଶ୍ରେଣୀ ପାସ କରି +୨ରେ ନାମ ଲେଖାଇବାକୁ ଯୋଜନା କରିଥିଲେ। ହେଲେ ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ପରିବାର ମଧ୍ୟରେ ଗତ କିଛିଦିନ ହେବ ଝଗଡା ଲାଗି ରହିଥିଲା। ଏହାକୁ ନେଇ ଛାତ୍ରୀ ଜଣଙ୍କ ଚିନ୍ତିତ ରହୁଥିଲେ। ଗୁରୁବାର ପରିବାର ଲୋକେ ଘରେ ନ ଥିବା ସମୟରେ ଛାତ୍ରୀ ଜଣକ ରାତି ୮ଟା ୩୦ରେ ଫ୍ୟାନରେ ଝୁଲି ପଡିଥିଲେ। ଲୋକନାଥ ଘରକୁ ଫେରିବା ପରେ ଝିଅ ଇନ୍ଦିରା ଫ୍ୟାନରେ ଝୁଲି ପଡିଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri