କରିପାରିଲେନି ଜଳାଭିଷେକ, ମନ୍ଦିରରେ ଚାଲିଗଲା ବୋଲବମ୍‌ ଭକ୍ତଙ୍କ ଜୀବନ

ଦେବଗଡ଼,୧୦ା୭(ଶଶାଙ୍କ ଶେଖର ଝାଙ୍କର): ମନ୍ଦିରରେ ଜଣେ ବୋଲ୍‌ବମ୍‌ ଭକ୍ତଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଦେବଗଡ଼ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡ଼େଶ୍ୱର ମନ୍ଦିରରେ। ମୃତକ ଜଣକ ହେଲେ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଦେଓଝରଣ ଗ୍ରାମର ବିଭୂତି ବେହେରା (୪୨)।

ସୂଚନାନୁଯାୟୀ, ବିଭୂତି ଢେଙ୍କାନାଳ ଜିଲା ବାଲିମୀସ୍ଥିତ ପଠାଣୀ ସାମନ୍ତ ଡିପ୍ଲୋମା କଲେଜରେ ପିଅନ ଭାବେ କାର୍ଯ୍ୟ କରୁଥିବା ବେଳେ ରବିବାର ସେ ୨ଟି ଗାଡ଼ିରେ ବାଲିମୀ ଥାନା ନୂଆ ଗ୍ରାମର ୫୦ ଜଣ(ଡ୍ରାଇଭର ୨ଜଣଙ୍କୁ ମିଶାଇ)ଯୁବକଙ୍କ ସହିତ ଜଳାଭିଷେକ ପାଇଁ ଦେବଗଡ଼ ଝାଡେଶ୍ୱର ମନ୍ଦିରକୁ ଆସିଥିଲେ। ସନ୍ଧ୍ୟାରେ ନିକଟସ୍ଥ ବାଳିଆପିଟା ନାଳରୁ ଜଳ ସଂଗ୍ରହ କରି ମନ୍ଦିର ପରିସରରେ ସାଇତି ରଖିଥିଲେ । ରାତି ପ୍ରାୟ ୧୧ଟାରେ ସେ ଖିଆପିଆ ସାରି ମନ୍ଦିର ମଣ୍ଡପରେ ଅନ୍ୟମାନଙ୍କ ସହ ଶୋଇଥିଲେ। ସୋମବାର ଭୋର୍‌ରୁ ସାଥୀମାନେ ତାଙ୍କୁ ଜଳାଭିଷେକ ପାଇଁ ଉଠାଇଥିଲେ ମଧ୍ୟ ସେ ଆଉ ଉଠି ନ ଥିଲେ। ଫଳରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?