ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ, ଜଣେ ଗୁରୁତର

ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍‌ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି।
କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଭବାନୀପାଟଣା ମୁଖ୍ୟ ରାସ୍ତା ପାଖରେ ଥିବା ପେରମଞ୍ଜି ଉଦ୍ୟାନ ବିଭାଗ ନର୍ସରୀ ଘାଟିରେ ବୁଧବାର ଅପରାହ୍ନରେ ଆର୍‌ ଜେ୧୧ଜିବି୧୧୧୦ ନମ୍ବର ବିଶିଷ୍ଟ ଏକ ଟ୍ରକ୍‌ ଧକ୍କାରେ କର୍ଲାପାଟ ଥାନା ଅନ୍ତର୍ଗତ ବଡଭେଜିଗୁଡ଼ା ଗ୍ରାମର ନାରସିଂ ନାଏକଙ୍କ ୨୩ ବର୍ଷୀୟା ପୁଅ ମଳୟ ନାଏକ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ତେବେ ମୋଟରସାଇକେଲରେ ଆଉ ଜଣେ ୧୭ ବର୍ଷର ଦୀପକ ମାଝୀ ନାମକ ନାବାଳକ ପଛରେ ବସିଥିଲେ। ଯାହାଫଳରେ ସେ ଘଟଣାସ୍ଥଳରେ ଛିଟିକି ପଡ଼ିଯିବା ଫଳରେ ଖଣ୍ତିଆ ଖାବରା ହେବ ସହ ଏକ ହାତ ଭାଙ୍ଗି ଯାଇଥିବା ବେଳେ ସେ ଭୟରେ ଜଙ୍ଗଲ ଭିତରେ ପଳାଇ ଯାଇଥିବା ପରେ ସ୍ଥାନୀୟ ସରପଞ୍ଚଙ୍କ ଲୋକ ପାଖ ଜଙ୍ଗଲକୁ ଯାଇଦେଖିଥିଲେ। ସେଠାରେ ବାଳକଙ୍କୁ ପାଇ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ବେଳେ ଉକ୍ତ ନାବାଳକଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।
ଅନ୍ୟପକ୍ଷେ ଦୁର୍ଘଟଣାର ଖବର ପାଇ କର୍ଲାପାଟ ଥାନା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଥିବା ବେଳେ ଦୁର୍ଘଟଣା କରିଥିବା ଟ୍ରକ୍‌କୁ ପୋଲିସ କାବୁ କରିଛି। ଡ୍ରାଇଭର ଓ ହେଲପର ନିକଟସ୍ଥ ଶଗଡ଼ ଫରେଷ୍ଟ ଚେକ୍‌ଗେଟ୍‌ ପାଖରେ ଗାଡ଼ି ଛାଡ଼ି ଚମ୍ପଟ ମାରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ଥାନା ଅଧିକାରୀ ବିଜୟ ରାଜ ମାଝୀ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri