ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ନେଇ ଖୋଦ୍‌ ନବବଧୂଙ୍କ ମା’ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି।

ଖବର ନେବାରେ ଜଣାପଡ଼ିଛି, କୋଦଳା ଥାନା ଅଧିନସ୍ଥ ସଂକୁ ଗ୍ରାମର ଯୋଗେନ୍ଦ୍ର ସାହୁଙ୍କ ଝିଅ ଶ୍ରଦ୍ଧାଞ୍ଜଳି ସାହୁ ମେ’ ୧୯ର ହିନ୍ଦୁ ରୀତିନୀତି ଅନୁଯାୟୀ ରମ୍ଭା ସହର ବଡ଼ ଉପୁଲିଆ ସାହିର ଭୀମ ନାହାକଙ୍କ ପୁଅ ରମେଶଙ୍କୁ ବିବାହ କରିଥିଲେ। ହେଲେ ମଙ୍ଗଳବାର ରାତିରେ ଶ୍ରଦ୍ଧାଞ୍ଜଳି ଆତ୍ମହତ୍ୟା କରିଥିବା ପୁଅଘର ପକ୍ଷରୁ ଶ୍ରଦ୍ଧାଞ୍ଜଳିଙ୍କ ପରିବାରକୁ ଖବର ଦିଆଯାଇଥିଲା। ଏ ନେଇ ଶ୍ରଦ୍ଧାଞ୍ଜଳିଙ୍କ ମା’ ସୁଜ୍ଞାନୀ ସାହୁ ରମ୍ଭା ଥାନାରେ ତାଙ୍କ ଝିଅକୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ପକ୍ଷରୁ ୨୭୩/୨୧ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ରହସ୍ୟ ଜଣାପଡ଼ିବ ବୋଲି ରମ୍ଭା ଥାନାଧିକାରୀ ଦିପ୍ତୀ ରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri