ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଟେଣ୍ଟ ହାଉସ୍‌ର ନିୟୋଜିତ ୧୫ ବର୍ଷୀୟ ବାଳ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ନାବାଳକ ଜଣକ ହେଲେ ସେରେଣ୍ଡା ଅଞ୍ଚଳର ଜଗବନ୍ଧୁ ମୁଣ୍ଡାଙ୍କ ପୁଅ ନରେନ୍ଦ୍ର। ଆଲୋକର ପର୍ବ ଦୀପାବଳିରେ ଜଣେ ନାବାଳକଙ୍କ ଜୀବନ ଦୀପ ଲିଭିଯିବା ଘଟଣା ଅଞ୍ଚଳବାସୀଙ୍କୁ ବ୍ୟଥିତ କରିଛି।

ସୂଚନାନୁଯାୟୀ, ବୁଧବାର ସକାଳେ ବଡ଼ବିଲ ଷ୍ଟେଶନ ରୋଡ୍‌ରେ ରହୁଥିବା ପଙ୍କଜ ତିଓ୍ବାରୀ ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇ କରିବାକୁ ବଡବିଲ ମହାନ୍ତ ବସ୍ତିର ଏକ ଟେଣ୍ଟ ହାଉସକୁ ଦାୟିତ୍ବ ଦେଇଥିଲେ। ସଂପୃକ୍ତ ଟେଣ୍ଟ ହାଉସ ପକ୍ଷରୁ ଉକ୍ତ ନିୟୋଜିତ କରିଥିବା ବାଳ ଶ୍ରମିକ ନରେନ୍ଦ୍ର ଘର ଛାତ ଉପରକୁ ଚଢ଼ି ସଜାଉଥିବାବେଳେ ଛାତ ଉପର ଦେଇ ଯାଇଥିବା ଖୋଲା ୧୧କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ମୃତ୍ୟୁ ମୁଖରେ ପଡ଼ିଥିବା ଜଣାପଡ଼ିଛି। ଏ ନେଇ ମୃତକ ବାଳ ଶ୍ରମିକ ନରେନ୍ଦ୍ରଙ୍କ ମା’ ପିଙ୍କି ମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗ କ୍ରମେ ପୋଲିସ କେସ୍‌ ନଂ ୩୯/୨୦୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଥିବା ଜଣାପଡ଼ିଛି। ତଦନ୍ତକାରୀ ପୋଲିସ ଏଏସ୍‌ଆଇ ତୁଲସା କରିଆଲି କହିଛନ୍ତି ଯେ, ଟେଣ୍ଟ ହାଉସ୍‌ ପକ୍ଷରୁ ମୃତକଙ୍କ ପରିବାରକୁ ୧ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସହମତି ଦେବା ସହ ତୁରନ୍ତ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ମୃତକଙ୍କ ଅନ୍ତ୍ୟେଷ୍ଟି କ୍ରିୟା ପୂର୍ବରୁ ବକେୟା ୫୦ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ତେବେ ଶ୍ରମ ଆଇନକୁ ଉଲ୍ଲଂଘନ କରି ବାଳ ଶ୍ରମିକଙ୍କୁ ନିୟୋଜିତ କରିଥିବା ଟେଣ୍ଟ୍‌ ହାଉସ ବିରୋଧରେ ଜିଲା ଶ୍ରମ ବିଭାଗ ଏବଂ ଶିଶୁ ମଙ୍ଗଳ ବିଭାଗ କେଉଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା। ଏତଦ୍‌ ବ୍ୟତୀତ ବିଭିନ୍ନ ଜନବସତିରେ ଖୋଲା ୧୧କେଭି ବିଦ୍ୟୁତତାର ରହିଥିଲେ ହେଁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସେଗୁଡ଼ିକୁ ବଦଳାଇ କେବୁଲ ବ୍ୟବସ୍ଥା କରି ନ ଥିବାରୁ ଏଭଳି ଦୁର୍ଘଟଣା ଘଟି ଜଣଙ୍କର ଅକାଳ ମୃତ୍ୟୁର କାରଣ ହୋଇଛି। ସେଥିନିମନ୍ତେ ବିଦ୍ୟୁତ ବିଭାଗ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri