ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଟେଣ୍ଟ ହାଉସ୍‌ର ନିୟୋଜିତ ୧୫ ବର୍ଷୀୟ ବାଳ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ନାବାଳକ ଜଣକ ହେଲେ ସେରେଣ୍ଡା ଅଞ୍ଚଳର ଜଗବନ୍ଧୁ ମୁଣ୍ଡାଙ୍କ ପୁଅ ନରେନ୍ଦ୍ର। ଆଲୋକର ପର୍ବ ଦୀପାବଳିରେ ଜଣେ ନାବାଳକଙ୍କ ଜୀବନ ଦୀପ ଲିଭିଯିବା ଘଟଣା ଅଞ୍ଚଳବାସୀଙ୍କୁ ବ୍ୟଥିତ କରିଛି।

ସୂଚନାନୁଯାୟୀ, ବୁଧବାର ସକାଳେ ବଡ଼ବିଲ ଷ୍ଟେଶନ ରୋଡ୍‌ରେ ରହୁଥିବା ପଙ୍କଜ ତିଓ୍ବାରୀ ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇ କରିବାକୁ ବଡବିଲ ମହାନ୍ତ ବସ୍ତିର ଏକ ଟେଣ୍ଟ ହାଉସକୁ ଦାୟିତ୍ବ ଦେଇଥିଲେ। ସଂପୃକ୍ତ ଟେଣ୍ଟ ହାଉସ ପକ୍ଷରୁ ଉକ୍ତ ନିୟୋଜିତ କରିଥିବା ବାଳ ଶ୍ରମିକ ନରେନ୍ଦ୍ର ଘର ଛାତ ଉପରକୁ ଚଢ଼ି ସଜାଉଥିବାବେଳେ ଛାତ ଉପର ଦେଇ ଯାଇଥିବା ଖୋଲା ୧୧କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ମୃତ୍ୟୁ ମୁଖରେ ପଡ଼ିଥିବା ଜଣାପଡ଼ିଛି। ଏ ନେଇ ମୃତକ ବାଳ ଶ୍ରମିକ ନରେନ୍ଦ୍ରଙ୍କ ମା’ ପିଙ୍କି ମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗ କ୍ରମେ ପୋଲିସ କେସ୍‌ ନଂ ୩୯/୨୦୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଥିବା ଜଣାପଡ଼ିଛି। ତଦନ୍ତକାରୀ ପୋଲିସ ଏଏସ୍‌ଆଇ ତୁଲସା କରିଆଲି କହିଛନ୍ତି ଯେ, ଟେଣ୍ଟ ହାଉସ୍‌ ପକ୍ଷରୁ ମୃତକଙ୍କ ପରିବାରକୁ ୧ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସହମତି ଦେବା ସହ ତୁରନ୍ତ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ମୃତକଙ୍କ ଅନ୍ତ୍ୟେଷ୍ଟି କ୍ରିୟା ପୂର୍ବରୁ ବକେୟା ୫୦ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ତେବେ ଶ୍ରମ ଆଇନକୁ ଉଲ୍ଲଂଘନ କରି ବାଳ ଶ୍ରମିକଙ୍କୁ ନିୟୋଜିତ କରିଥିବା ଟେଣ୍ଟ୍‌ ହାଉସ ବିରୋଧରେ ଜିଲା ଶ୍ରମ ବିଭାଗ ଏବଂ ଶିଶୁ ମଙ୍ଗଳ ବିଭାଗ କେଉଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା। ଏତଦ୍‌ ବ୍ୟତୀତ ବିଭିନ୍ନ ଜନବସତିରେ ଖୋଲା ୧୧କେଭି ବିଦ୍ୟୁତତାର ରହିଥିଲେ ହେଁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସେଗୁଡ଼ିକୁ ବଦଳାଇ କେବୁଲ ବ୍ୟବସ୍ଥା କରି ନ ଥିବାରୁ ଏଭଳି ଦୁର୍ଘଟଣା ଘଟି ଜଣଙ୍କର ଅକାଳ ମୃତ୍ୟୁର କାରଣ ହୋଇଛି। ସେଥିନିମନ୍ତେ ବିଦ୍ୟୁତ ବିଭାଗ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ମହିଳାଙ୍କ ପରେ ଆଉ ଜଣେ! ଏନଭିଡିଆ ସହ-ପ୍ରତିଷ୍ଠାତାଙ୍କ ତୃତୀୟ ସମ୍ପର୍କକୁ ନେଇ ଚର୍ଚ୍ଚା

ହଙ୍ଗକଙ୍ଗ,୧୩।୧୧: ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାତା କମ୍ପାନୀ ଏନଭିଡିଆ (Nvidia)ର ସହ-ପ୍ରତିଷ୍ଠାତା ଜେନସେନ୍‌ ହୁଆଙ୍ଗଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଚାଇନାର ଜଣେ ମହିଳାଙ୍କ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

୨ ନିଖୋଜ ଏସ୍‌ପିଓଙ୍କ ଗୁଳିବିଦ୍ଧ ମୃତଦେହ ଜବତ

ଜମ୍ମୁ,୧୩।୧୧(ପି.ଟି): ଜମ୍ମୁ-କଶ୍ମୀରର କିସ୍ତୱାଡ୍‌ ଜିଲାର ଦୁର୍ଗମ ଦଚ୍ଛନ ଅଞ୍ଚଳରୁ ନିଖୋଜ ହେବାର ଗୋଟିଏ ଦିନ ପରେ ଗୁରୁବାର ସକାଳେ ୨ଜଣ ସ୍ବତନ୍ତ୍ର ପୋଲିସ ଅଧିକାରୀ (ଏସ୍‌ପିଓ)ଙ୍କ ଗୁଳିବିଦ୍ଧ…

ଟସ ଜିତି ଜିତିଲା ନିଷ୍ପତ୍ତି ନେଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?