ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡରେ ପ୍ରଥମ ସ୍ତ୍ରୀଙ୍କ ଚାଲିଗଲା ଜୀବନ

ନୂଆପଡ଼ା/ବୋଡେନ, ୭ା୮ (ମକାରୁ ବେମାଲ/ଟିକେଶ୍ୱର ନାଗ):ନୂଆପଡ଼ା ଜିଲା ବୋଡେନ ଥାନା ଜାମଗାଁ ଠେଲାପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡ଼ରେ ପ୍ରଥମ ସ୍ତ୍ରୀ ବାରୁଣୀ ଜଗତ (୪୪)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ଅଭିଯୋଗ ପରେ ପୋଲିସ ସ୍ବାମୀ ହେରମ୍ବ ଜଗତ ଓ ଦ୍ୱିତୀୟ ସ୍ତ୍ରୀ ମାଧୁରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା
ଖଡିଆଳ ଏସ୍‌ଡିପିଓ ଅରୂପ ଅଭିଷେକ ବେହେରାଙ୍କ ସୂଚନା ମୁତାବକ, ସିନାପାଲି ବ୍ଲକ ବରଗାଁ ପଞ୍ଚାୟତ ଜାମଗାଁ ଠେଲାପଡ଼ାର ହେରମ୍ବ ବୋଡେନ ବ୍ଲକ ବାବେବିର ଗାଁର ବାରୁଣୀ ଦେଈଙ୍କୁ ପ୍ରାୟ ୨୦ବର୍ଷ ପୂର୍ବେ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ୧୧ ବର୍ଷର ଝିଅ ରହିଛି ା ଏପରିସ୍ଥଳେ ହେରମ୍ବ ୫ବର୍ଷ ପୂର୍ବେ ଛତିଶଗଡ କାମ କରିବାକୁ ଯାଇଥିବାବେଳେ ମାଧୁରୀ ଦେଈଙ୍କୁ ଭଲପାଇ ସାଙ୍ଗରେ ଆଣି ଦ୍ୱିତୀୟ ସ୍ତ୍ରୀ ଭାବେ ଘରେ ରଖିଥିଲେ। ମାଧୁରୀ ଘରକୁ ଆସିବା ଦିନଠାରୁ ଦୁଇ ସଉତୁଣି ମଧ୍ୟରେ ଝଗଡା ଲାଗିରହୁଥିଲା। ଗତ ୩ ତାରିଖରେ କୌଣସି କଥାକୁ ନେଇ ଦୁଇ ସଉତୁଣି ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହା କ୍ରମଶଃ ଉଗ୍ରରୂପ ଧାରଣ କରିଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦ୍ୱିତୀୟ ସ୍ତ୍ରୀ ମାଧୁରୀ ହାତରେ ଧରିଥିବା ଷ୍ଟିଲ ବାଲଟିରେ ବାରୁଣୀଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଏଥିରେ ତାଙ୍କ ମୁଣ୍ଡ ଫାଟିଯାଇଥିଲା। ଏହା ସତ୍ତ୍ୱେ ହେରମ୍ବ ତାଙ୍କୁ ଡାକ୍ତରଖାନା ନ ନେଇ ଘରେ ଆୟୁର୍ବେଦିକ ଚିକିତ୍ସା କରୁଥିଲେ। ବାରୁଣୀଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇ ଶେଷରେ ଗତ ୫ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ବାରୁଣିଙ୍କ ବଡ ଭାଇ ବିଶିକେଶନ ତାଣ୍ଡି ଭଉଣୀଙ୍କୁ ମାରି ଦେଇଛନ୍ତି ବୋଲି ବୋଡେନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବୋଡେନ ପୋଲିସ ୬ ତାରିଖରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ପୋଲିସ ଏକ ମାମଲା (ନଂ.୧୭୭/୨୪) ରୁଜୁ କରିବା ସହ ହେରମ୍ବ ଓ ମାଧୁରୀଙ୍କୁ ଗିରଫ କରିଥିବା ଏସ୍‌ଡିପିଓ ବେହେରା ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri