କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ

ଚିତ୍ରକୋଣ୍ଡା,୨୮।୬(ଡି.ଏନ୍‌.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳରେ। ମୃତକ ହେଲେ ଉକ୍ତ ପଞ୍ଚାୟତ ଅନ୍ତର୍ଭୁକ୍ତ ଜଲାସାହିର ଅର୍ଜୁନ ମାଝୀଙ୍କର ପୁଅ କୈଳାସ(୧୦)।

ସୂଚନାନୁଯାୟୀ, ଶନିବାର ସକାଳ ୧୧ଟା ସମୟରେ ଅପରେଟ କଲୋନୀ ସ୍ଥିତ ନୀଳା ନାଳକୁ ସେ ଗାଧୋଇବାକୁ ଯାଇ ଆଉ ଫେରି ନ ଥିଲେ। ଫେରିବା ବିଳମ୍ବ ହେବାରୁ ପରିବାରଲୋକେ ଖୋଜାଖୋଜି କରିଥିଲେ। ରାତି ୧୨ଟା ପର୍ଯ୍ୟନ୍ତ ଖୋଜିଥିଲେ ହେଁ ତାଙ୍କ ପତ୍ତା ମିଳି ନ ଥିଲା। ରବିବାର ସକାଳ ୫ଟାରୁ ନାଳ ପାର୍ଶ୍ୱରେ ପିଲାଟି କ୍ଷତବିକ୍ଷତ ଅବସ୍ଥାରେ ଭାସୁଥିବା ଦେଖିବାକୁ ମିଳିଥିଲା। ନାବାଳକଙ୍କୁ କୁମ୍ଭୀର ମାରିଥିବା ଅନୁମାନ କରାଯାଉଛି। କାରଣ କିଛି ଲୋକ ନାଳ ଭିତରେ କୁମ୍ଭୀର ବୁଲୁଥିବା ଦେଖିଥିଲେ। ଏ ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ଚିତ୍ରକୋଣ୍ଡା ଥାନା ଅଧିକାରୀ ଯୁଗଳ ଶବର ସଦଳବଳେ ପହଞ୍ଚିିଥିଲେ। ଏଥିସହ ଚିତ୍ରକୋଣ୍ଡା ବନାଞ୍ଚଳ ତରଫରୁ ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ ସେଠି ପହଞ୍ଚି ବିଭିନ୍ନ ବିଷୟ ଅନୁଧ୍ୟାନ କରିଥିଲେ। ତେବେ ନାବାଳକଙ୍କୁ କୁମ୍ଭୀର ଆକ୍ରମଣ କରି ମାରିଥିବା ସେମାନେ କହିବା ପରେ ଥାନା ତରଫରୁ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଚିତ୍ରକୋଣ୍ଡାରେ ଏଭଳି ଘଟଣା ପ୍ରଥମଥର ଘଟିଥିବାରୁ ପରିବାରରେ ଶୋକର ଛାୟା ଖେଳି ଯାଇଥିବା ବେଳେ କୁମ୍ଭୀରକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri