ପୋଖରୀରେ ବୁଡ଼ି ଚାଲିଗଲା ବୃଦ୍ଧଙ୍କ ଜୀବନ

ପୋଲସରା,୬।୧୦(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ କଣଛାଇ ଗ୍ରାମ ପଞ୍ଚାୟତ ହାତୀପାଦ ପଲ୍ଲୀ ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ହାତୀପାଦ ପଲ୍ଲୀ ଗ୍ରାମର ନନ୍ଦିଆ ପରିଡ଼ା (୭୦)। ସେ ଗୁରୁବାର ସକାଳୁ ପୋଖରୀକୁ ଗାଧୋଇବାକୁ ଯାଇ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ଗାଁ ପୋଖରୀରେ କେହି ଜଣେ ବୁଡ଼ି ଯାଇଥିବା ଦେଖି ଗ୍ରାମର ଯୁବକ ମାନେ ପୋଲିସକୁ ସୂଚନା ଦେଇଥିଲେ। ନନ୍ଦିଆଙ୍କୁ ପୋଖରୀରୁ ଉଦ୍ଧାର କରି ଦମକଳ ଗାଡି ସାହାଯ୍ୟରେ ଚିକିତ୍ସା ପାଇଁ ପୋଲସରା ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ପୋଲସରା ପୋଲିସ ପହଁଚି ତଦନ୍ତ କରି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ସ୍ଥାନାନ୍ତର କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri