ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ସିଙ୍ଗପୁର ଗ୍ରାମ କାଳୁପାତ୍ର ସାହିର ରଘୁ ସାହୁ(୭୦)। ରଘୁ ପ୍ରତିଦିନ ଭଳି ଗୁରୁବାର ଭୋରରେ ଗ୍ରାମରେ ଥିବା ରାଧି ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ପୋଖରୀରେ ଗାଧୋଉଥିବା ସମୟରେ ହଠାତ୍‌ ତାଙ୍କ ଗୋଡ ଖସି ଯିବାରୁ ସେ ପୋଖରୀର ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ଗ୍ରାମବାସୀ ରଘୁଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ରଘୁଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପାଟପୁର ଥାନାରେ ଏତଲା ହେବା ପରେ ପାଟପୁର ଥାନା ଆଇଆଇସି ଅଜୟ କୁମାର ସାଇଁ ସଦଳବଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ପହଞ୍ଚି ମୃତଦେହ ଜବତ କରିବା ସହ ଥାନା ଅପମୃତ୍ୟୁ ମାମଲା ନଂ.୭/୨୪ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri