ଭୁଲ୍‌ ଇଞ୍ଜେକ୍ସନ ନେଲା ଗ୍ରାମରକ୍ଷୀଙ୍କ ଜୀବନ

ବାଣପୁର୯।୪(ଡି.ଏନ୍‌.ଏ.): ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ଜଣେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ହୋଇଥିବା ଶନିବାର ଅଭିଯୋଗ ହୋଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ କୋଳଥଡ଼ିହ ଗ୍ରାମର ପାଣ୍ଡବ ନାୟକ (୫୪)। ସେ ବାଣପୁର ଥାନାରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ଥିଲେ। ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅନ୍ୟପଟେ ମୃତକଙ୍କ ସ୍ତ୍ରୀ ମଞ୍ଜୁ ନାୟକଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୧୭୩/୨୩) ରୁଜୁକରି ତଦନ୍ତ ଚଳାଇଛି। ଅଭିଯୋଗ ମୁତାବକ, ପାଣ୍ଡବଙ୍କ ହାତରେ ଘା’ ହୋଇଥିବାରୁ ଚିକିତ୍ସା ପାଇଁ ସ୍ତ୍ରୀଙ୍କ ସହିତ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେହି ସମୟରେ ଉପସ୍ଥିତ ଡାକ୍ତରଙ୍କୁ ଦେଖାଇବା ପରେ ପାଣ୍ଡବଙ୍କ ହାତରେ ବ୍ୟାଣ୍ଡେଜ୍‌ କରାଯାଇଥିଲା। ଡାକ୍ତର ଲେଖିଥିବା ପେସ୍କ୍ରିପଶନ ଦେଖି ନର୍ସ ଇଞ୍ଜେକ୍ସନ ଦେଇଥିଲେ। ତେବେ ଇଞ୍ଜେକ୍ସନ ନେବା ପରେ ତାଙ୍କ ପାଟି ଅଠା ହୋଇଯିବା ସହ ତଣ୍ଟି ଶୁଖିଯାଇଥିଲା। ଏପରିକି ପାଟିରୁ ଫେଣ ବାହାରିବାରୁ ମଞ୍ଜୁ ତୁରନ୍ତ ଡାକ୍ତରଙ୍କୁ ଡାକିଥିଲେ। ଡାକ୍ତର ପହଞ୍ଚି ଦେଖିବା ସହ ପାଣ୍ଡବଙ୍କୁ ମୃତ ଘୋଷଣା କରିଥିଲେ। ୫ ମିନିଟ୍‌ ମଧ୍ୟରେ ଏହି ଘଟଣା ଘଟିଯାଇଥିଲା। ସମ୍ପୃକ୍ତ ଡାକ୍ତର ଓ ନର୍ସଙ୍କ ପାଇଁ ପାଣ୍ଡବଙ୍କ ଜୀବନ ଯାଇଥିବା ମଞ୍ଜୁ ତାଙ୍କ ଅଭିଯୋଗଫର୍ଦ୍ଦରେ ଦର୍ଶାଇଛନ୍ତି। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବାଣପୁର ଥାନା ଅଧିକାରୀ ଜୟ ପ୍ରକାଶ ପରିଡ଼ା କହିଛନ୍ତି। ଅନ୍ୟପକ୍ଷରେ ସମ୍ପୃକ୍ତ ଡାକ୍ତରଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri