ପଡ଼ିଆରେ ଚାଲିଗଲା ଯୁବ କ୍ରିକେଟ ଖେଳାଳିଙ୍କ ଜୀବନ

ବାରିପଦା,୧୪ା୧(ନୀଳାଦ୍ରି): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ମିନି ଷ୍ଟାଡିୟମ୍‌ରେ କ୍ରିକେଟ ଖେଳୁ ଥିବା ଜଣେ ଖେଳାଳିଙ୍କ ଅବିଶ୍ବସନୀୟ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ଖେଳାଳି ଜଣକ ହେଲେ ମାଣତ୍ରୀର ବୈଦନାଥ କରଙ୍କ ଏକ ମାତ୍ର ପୁଅ ବିକାଶ(୨୮)। ରବିବାର ସାଙ୍ଗମାନଙ୍କ ସହିତ କ୍ରିକେଟ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ବେଳେ ତଳେ ପଡ଼ିଯାଇ ଗୁରୁତର ହୋଇଥିଲେ। ସାଥି ଖେଳାଳି ତାଙ୍କୁ ସଙ୍ଗେ ସଙ୍ଗେ ମାଣତ୍ରୀ ଡାକ୍ତରଖାନା ନେଇଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମାଣତ୍ରୀ ଫାଣ୍ଡି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲକୁ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri