ବଜ୍ରପାତ ଆକ୍ରାନ୍ତଙ୍କୁ ବାଇକ୍‌ରେ ଅଣାଗଲା ମେଡିକାଲ

ଅନୁଗୋଳ, ୧୩।୯ (ଅମିତ କୁମାର ସାମଲ): ଗାଈ ଚରାଉଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଗୁରୁତର ହୋଇଥିଲେ ଜଣେ ବୃଦ୍ଧ। ପରିବାର ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ୩ ଘଣ୍ଟାର ଅପେକ୍ଷା ସତ୍ତ୍ୱେ ପହଞ୍ଚିଲାନି ଆମ୍ବୁଲାନ୍ସ। ଶେଷରେ ଉପାୟଶୂନ୍ୟ ପରିବାର ଲୋକେ ବୃଦ୍ଧଙ୍କୁ ବାଇକ୍‌ରେ ଆଣି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚାଇଥିଲେ ହେଁ ସେତେବେଳକୁ ବହୁ ବିଳମ୍ବ ହୋଇଯାଇଥିଲା। ଡାକ୍ତରଖାନାରେ ପହଞ୍ଚିବା ମାତ୍ରେ ଡାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଥିଲେ। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଥିବା ବଲାସିଂହା ଗ୍ରାମରେ ୩ ଘଣ୍ଟା ପରେ ବି ଆମ୍ବୁଲାନ୍ସ ପହଞ୍ଚି ନ ପାରିବା ଘଟଣା ସରକାରଙ୍କ ଏହି ଜରୁରୀ ସେବା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ସୂଚନା ଅନୁଯାୟୀ, ଅନୁଗୋଳ ବ୍ଲକ ବଲାସିଂହା ଗ୍ରାମର ଦୁଆରି ଗୁରୁ (୬୦) ଅପରାହ୍ନରେ ଗୋରୁ ଚରାଉଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ସେ ଗୁରୁତର ହୋଇଥିଲେ। ରାସ୍ତା ପାଶର୍‌ବରେ ପଡ଼ିଥିବା ଦୁଆରିଙ୍କୁ ପରିବାର ଲୋକେ ଉଦ୍ଧାର କରିବା ପରେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଘଟଣାସ୍ଥଳକୁ ଆମ୍ବୁଲାନ୍ସ ଯାଉଥିବା କୁହାଯାଇଥିଲା। ହେଲେ ଦୀର୍ଘ ୩ ଘଣ୍ଟା ପରେ ମଧ୍ୟ ଆମ୍ବୁଲାନ୍ସ ଗୁରୁତରଙ୍କ ନିକଟରେ ପହଞ୍ଚିପାରି ନ ଥିଲା। ତେଣୁ ଆଉ ଅଧିକ ଅପେକ୍ଷା ନ କରି ପରିବାର ଲୋକେ ଦୁଆରିଙ୍କୁ ଏକ ବାଇକ୍‌ରେ ବସାଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସନ୍ଧ୍ୟାରେ ପହଞ୍ଚାଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଠିକଣା ସମୟରେ ଆମ୍ବୁଲାନ୍ସ ନ ପହଞ୍ଚିବାରୁ ଦୁଆରିଙ୍କ ଜୀବନ ଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ମେଡିକାଲରେ ଥିବା ୧୦୮ ଆମ୍ବୁଲାନ୍ସର ସୁପର ଭାଇଜରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ସହ ସମ୍ପର୍କ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ। ତେବେ ଗୁରୁତରଙ୍କ ନିକଟରେ ୧୦୮ ଆମ୍ବୁଲାନ୍ସ ଠିକ୍‌ ସମୟରେ ନ ପହଞ୍ଚିବା ଅନୁଗୋଳରେ ପ୍ରଥମ ନୁହେଁ। ପୂର୍ବରୁ ଏପରି ଅନେକ ଘଟଣା ଅନୁଗୋଳରେ ଦେଖିବାକୁ ମିଳିଛି। ଏପରି କି ରୋଗୀଙ୍କୁ କଟକ ନିଆଯିବା ରାସ୍ତାରେ ଆମ୍ବୁଲାନ୍ସ ରଖି ରୋଗୀଙ୍କ ସମ୍ପର୍କୀୟଙ୍କୁ ଟଙ୍କା ମଗାଯାଇଛି। ସେହିପରି ଆମ୍ବୁଲାନ୍ସ ଖରାପ ଥିବା ମଧ୍ୟ ଅନେକ ସମୟରେ ରୋଗୀଙ୍କୁ କୁହାଯାଇଛି। ତେବେ ୩ ଘଣ୍ଟା ଅପେକ୍ଷା ସତ୍ତ୍ୱେ ଆମ୍ବୁଲାନ୍ସ ନ ପହଞ୍ଚିବା ଘଟଣା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷ ଅବଗତ ନ ଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri