Posted inଜାତୀୟ

ମଦ, ଦୁଇଟି ଅଣ୍ଡାରେ ଦୂରେଇ ଯିବ କରୋନା, କହିଲେ ଏହି କଂଗ୍ରେସ ନେତା

ବେଙ୍ଗାଲୁରୁ,୧୯ା୭: ବିଶ୍ୱରୁ ମହାମାରୀ କରୋନା ଭୂତାଣୁ ଥମିବାର ନାଁ ନେଉନି। ଏହି ସମୟରେ ଜଣେ କଂଗ୍ରେସ ନେତା ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣି ଲୋକେ ସୋସିଆଲ ମିଡିଆରେ ତାଙ୍କୁ ଟାର୍ଗେଟ କରୁଛନ୍ତି। କର୍ନାଟକ କଂଗ୍ରେସ ନେତା ରବିଚନ୍ଦ୍ର ଗାଟି କହିଛନ୍ତି ଯେ, କରୋନା ଭୂତାଣୁ ରମ୍‌ ଏବଂ ଦୁଇଟି ଅଣ୍ଡା ଦ୍ୱାରା ସମୂଳେ ନାଶ ପାଇବ।


କଂଗ୍ରେସ ନେତାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ, ସେ କହୁଛନ୍ତି, ଏକ ଚାମଚ ଗୋଲମରିଚ ଗୁଣ୍ଡକୁ ୯୦ମିଲିଲିଟର ରମ୍‌ରେ ମିଶାନ୍ତୁ। ଏହା ପରେ, ସେହି ପେଷ୍ଟକୁ ଅଙ୍ଗୁଳିରେ ଭଲ ଭାବରେ ମିଶାନ୍ତୁ ଏବଂ ମିଶ୍ରଣ ପରେ ଏହାକୁ ପିଅନ୍ତୁ। ତା’ପରେ ଦୁଇଟି ଭଜା ଅଣ୍ଡା ଖାଆନ୍ତୁ।
ଗୋଟିଏ ପଟେ ଭାରତ, ଋଷ, ଆମେରିକା ଏବଂ ବିଶ୍ୱର ଅନେକ ଦେଶ କରୋନା ଟିକା ତିଆରି କରିବାରେ ବ୍ୟସ୍ତ। କିନ୍ତୁ ଏହି ନେତା ଜଣକ କରୋନା ଠିକ୍‌ କରିବାକୁ ଅଜବ ପରାମର୍ଶ ଦେଉଛନ୍ତି। ଫଳରେ ଏହି ଭିଡିଓ ଦେଖି ଲୋକେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ବିଶ୍ୱରେ ୧ କୋଟି ୪୪ ଲକ୍ଷ ୨୨ ହଜାର ୪୬୮ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। କରୋନା ଯୋଗୁ ୬ ଲକ୍ଷ ୪ ହଜାର ୮୨୩ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୨ଲକ୍ଷ ୩୨ ହଜାରରୁ ଅଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏହି ସମୟ ମଧ୍ୟରେ ୫,୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି।
ସେହିପରି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୭୭ ହଜାର ୮୬୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୬,୮୨୮ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୭,୪୦୭ ଜଣ ସଂକ୍ରମିତ ହୋଇଛନ୍ତି। ୫୪୩ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଭାରତରେ ୬ ଲକ୍ଷ ୭୭ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?