ନିଃଶୁଳ୍କ ରୋଗ ନିରୂପଣ ପରୀକ୍ଷା ତାଲିକା ୨୨୧କୁ ବୃଦ୍ଧି

ଭୁବନେଶ୍ୱର, ୨୧।୩(ବ୍ୟୁରୋ):ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ଭାବେ ରାଜ୍ୟ ସରକାର ଜିଲା ସ୍ତରରେ ମିଳୁଥିବା ନିଶୁଳ୍କ ରୋଗ ନିରୂପଣ ପରୀକ୍ଷା ପରିସର ୧୪୬କୁ ବୃଦ୍ଧି କରିଛନ୍ତି। ଫଳରେ ଏଣିକି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ତରରେ ୨୨୧ ପ୍ରକାର ଟେଷ୍ଟର ସୁବିଧା ମିଳିବ। ସ୍ବାସ୍ଥ୍ୟ ସବ୍‌-ସେଣ୍ଟର୍‌ଠାରୁ ଆରମ୍ଭ କରି ମେଡିକାଲ କଲେଜ ଓ ହସ୍ପିଟାଲ ପର୍ଯ୍ୟନ୍ତ ସବୁଠି ତାଲିକା ଅନୁସାରେ ଏହିସବୁ ପରୀକ୍ଷା ସୁବିଧା ମିଳିପାରିବ ବୋଲି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ସେ କହିଛନ୍ତି, ଜାନୁୟାରୀ ୨୦୧୮ରୁ ଆରମ୍ଭ କରାଯାଇଥିବା ‘ନିଦାନ’ ଯୋଜନାରେ ଏହିସବୁ ସୁବିଧା ମିଳିବ। ସରକାରୀ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଉଥିବା ସବୁଲୋକ ଏହି ନିଃଶୁଳ୍କ ମାଗଣା ସେବା ପାଇ ପାରିବେ। ଏ ନେଇ ବିଭାଗୀୟ ଶାସନ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି, ରୋଗ ନିରୂପଣ ତଥ୍ୟ ଭିତ୍ତିରେ ରାଜ୍ୟରେ ବିଭିନ୍ନ ରୋଗର ବର୍ତ୍ତମାନର ସ୍ଥତିକୁ ଲକ୍ଷ୍ୟ କରି ମାଗଣା ରୋଗ ନିରୂପଣ ପରୀକ୍ଷା ତାଲିକା ପ୍ରସ୍ତୁତ କରାଯାଇଛି। ଏଣିକି ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ତରରେ ୧୪୬ ପ୍ରକାର ପରୀକ୍ଷା, ଉପଖଣ୍ଡ ଚିକିତ୍ସାଳୟ ସ୍ତରରେ ୧୨୧, କମ୍ୟୁନିଟି ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ୧୦୩, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ୬୫ ଏବଂ ସ୍ବାସ୍ଥ୍ୟ ଉପକେନ୍ଦ୍ର ସ୍ତରରେ ୧୬ ପ୍ରକାର ରୋଗ ନିରୂପଣ ପରୀକ୍ଷା ମାଗଣାରେ କରାଯିବ। ମେଡିକାଲ କଲେଜ ଓ ହସ୍ପିଟାଲ ସ୍ତରରେ ୨୨୧ ପ୍ରକାର ପରୀକ୍ଷା ସୁବିଧା ମିଳିବ। ଖର୍ଚ୍ଚ ବହୁଳ ଓ ସ୍ପେଶାଲିଟି ସେବା ପରୀକ୍ଷାଗୁଡ଼ିକୁ ଦକ୍ଷ ଓ ଅଭିଜ୍ଞ ରୋଗ ନିରୂପକ ସଂସ୍ଥା ମାଧ୍ୟମରେ କରାଯିବ। ଜାତୀୟ ଜେମ୍ସ ଟେଣ୍ଡର ପୋର୍ଟାଲ ମାଧ୍ୟମରେ ଏହି ସଂସ୍ଥାଗୁଡ଼ିକର ଚୟନ କରାଯିବ। ଚୟନ ହୋଇଥିବା ସଂସ୍ଥା ଜିଲା ଉପଖଣ୍ଡ, ବ୍ଲକ ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ତରରେ ଆବଶ୍ୟକ ନମୁନା ସଂଗ୍ରହ କେନ୍ଦ୍ର ଖୋଲିବେ। ପ୍ରତି ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଏକ ସୁଦୃଶ୍ୟ ଜାଗାରେ ମାଗଣାରେ ମିଳୁଥିବା ପରୀକ୍ଷା ତାଲିକା ବିଜ୍ଞାପିତ ହେବ ବୋଲି ଶାସନ ସଚିବ କହିଛନ୍ତି। ମିଳିଥିବା ସୂଚନାନୁସାରେ, ପ୍ରାୟ ୫୮ ପ୍ରକାର ଖର୍ଚ୍ଚ ବହୁଳ ସ୍ପେଶାଲିଟି ସେବା ପରୀକ୍ଷାକୁ ‘ନିଦାନ’ ଅନ୍ତର୍ଭୁକ୍ତ କରାଯାଇଛି। ପରୀକ୍ଷାୱାରୀ ରିପୋର୍ଟ ପାଇବାର ସମୟ ମଧ୍ୟ ନିର୍ଦ୍ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri