ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ଚିଠା ତାଲିକା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ସଂରକ୍ଷଣ ଚିଠା ତାଲିକା ଶୁକ୍ରବାର ପ୍ରକାଶ ପାଇବ । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେ ନେଇ ଜିଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଚେୟାରମ୍ୟାନ ଓ ଜିଲାପରିଷଦ ସଦସ୍ୟ ଆସନ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଇବ। ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ବ୍ଲକ ଚେୟାରମ୍ୟାନ ଆସନ ପାଇଁ ଯଦି କିଏ ଚାହିଁବ ଆସନ୍ତା ୧୬ ତାରିଖରେ ଆପତ୍ତି କରିପାରିବେ। ୨୧ ତାରିଖ ସୁଦ୍ଧା ଜିଲାପାଳଙ୍କ ଦ୍ୱାରା ଆପତ୍ତି ଅଭିଯୋଗର ଶୁଣାଣି କରି ସମାଧାନ କରାଯିବ। ୨୬ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲା ପରିଷଦ ସଦସ୍ୟ ଆସନ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ। ୨୨ ତାରିଖରେ ଶୁଣାଣି କରାଯାଇ ଜିଲାପାଳଙ୍କ ଦ୍ୱାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲାପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମକର ସଂକ୍ରାନ୍ତି: ଫିକା କଲା କରୋନା କଟକଣା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ପାଇଁ ଏଥର ଫିକା ପଡ଼ିଛି ମକର ଉତ୍ସବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ରାଜ୍ୟ...

ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି...

ପ୍ରତିଷ୍ଠା ହେବ ୩୪ ନୂଆ କୋର୍ଟ

ଭୁବନେଶ୍ୱର,୨ା୫(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ଜିଲାରେ ୩୪ ନୂତନ କୋର୍ଟ ପ୍ରତିଷ୍ଠା କରିବାପାଇଁ ସ୍ଥିର କରିଛନ୍ତି ବୋଲି ଆଇନମନ୍ତ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତି। ଅର୍ଥମନ୍ତ୍ରୀ...

ରାଜଧାନୀରୁ ପୁଣି ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଏଠାରୁ ପୁଣି ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ...

ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।...

୧୦୭୮ ପଜିଟିଭ୍‌ ଚିହ୍ନଟ ପାଇଁ ଲାଗିଥିଲା ୬୫ ଦିନ: ଏବେ ଗୋଟିଏ ଦିନରେ ସେତିକି; ଏହି ୪ ଜିଲାକୁ ଛୁଇଁଲା ୪ ଅଙ୍କ

ଭୁବନେଶ୍ୱର,୨୧/୭(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ବୁଧବାର ସବୁ ରେକର୍ଡ ଭାଙ୍ଗି ଗୋଟିଏ ଦିନରେ ୧୦୭୮ ନୂଆ ପଜିଟିଭ୍‌...

ନାବାଳିକାଙ୍କୁ ଗଣବଳାତ୍କାର

ଫୁଲବାଣୀ ଅଫିସ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ...

୧୦ କିଓସ୍କ ସିଲ୍‌ କଲା ବିଏସ୍‌ସିଏଲ୍‌

ଭୁବନେଶ୍ୱର, ୧୭।୬ (ବ୍ୟୁରୋ):ନିୟମ ଉଲ୍ଲଂଘନ ନେଇ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ୧୦ କିଓସ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକଠାରୁ...

Advertisement
Archives

Model This Week