ବଢ଼ିଲା ସ୍କୁଲ ପୋଷ୍ୟ ଗ୍ରହଣ ତାଲିକା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିଠି ଲେଖିଛନ୍ତି। ଏହାପରଠୁ ପୋଷ୍ୟ ଗ୍ରହଣ ତାଲିକା ଲମ୍ବିବାରେ ଲାଗିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୁରୀ ଜିଲା ନିମାପଡ଼ା ବ୍ଲକ୍‌ର ବିଷ୍ଣୁପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଜେବିଆର୍‌ ବାଳିକା ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର କଳାହାଣ୍ଡି ଜିଲା ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ମହାଲିଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ୩ଟି ସ୍କୁଲକୁ ପୋଷ୍ୟ କରିଛନ୍ତି। ସେଗୁଡ଼ିକ ହେଲା କୋରାପୁଟ ଜିଲା ଜୟପୁର ହାଇସ୍କୁଲ, ମୟୂରଭଞ୍ଜ ଜିଲା ଏମ୍‌କେସି ହାଇସ୍କୁଲ ଓ ଖୋର୍ଦ୍ଧା ଜିଲା ଭୁବନେଶ୍ୱରର ଆଇଆର୍‌ସି ଭିଲେଜ ହାଇସ୍କୁଲ। ସେହିପରି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍‌ ପଶାୟତ କଟକ ଜିଲାର ରେଭେନ୍‌ଶା କଲିଜିଏଟ୍‌ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି।
ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଭୁବନେଶ୍ୱର ବାଣୀବିହାରସ୍ଥିତ ୟୁନିଭର୍ସିଟି ହାଇସ୍କୁଲ, ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପରାମର୍ଶଦାତା ବିଜୟ ସାହୁ ଖୋର୍ଦ୍ଧା ଜିଲା ପଟିଆସ୍ଥିତ ଶୈଳେନ୍ଦ୍ର ନାରାୟଣ ଉଚ୍ଚବିଦ୍ୟାଳୟ ଓ ପଟିଆ ପ୍ରାଇମେରି ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ନିଜ ବାପା ପଢ଼ୁଥିବା ଢେଙ୍କାନାଳ କାମାକ୍ଷାନଗରସ୍ଥିତ ସାରଙ୍ଗଧର ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେହିପରି ସିଏମ୍‌ଓ ମୁଖ୍ୟ ପରାମର୍ଶଦାତା ଆର୍‌ ବାଲକ୍ରିଷ୍ଣନ ଯାଜପୁରର ୨ଟି ଓ ଗଞ୍ଜାମର ଗୋଟିଏ, କେନ୍ଦ୍ର ସରକାରଙ୍କ ପୂର୍ବତନ ଏଡିଜି ଅନୁପ ନାୟକ ଯାଜପୁରର ଗୋଟିଏ, ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ବିଭାଗ କମିଶନର ତଥା ନିର୍ଦ୍ଦେଶିକା ସୁଜାତା ଆର୍‌ କାର୍ତ୍ତିକେୟନ କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲାର ଗୋଟିଏ ଲେଖାଏ ସ୍କୁଲ ଏବଂ ବିଭାଗୀୟ ସୋସିଆଲ ଓ୍ବେଲ୍‌ଫେୟାର ନିର୍ଦ୍ଦେଶକ ବଲାଙ୍ଗୀର ଜିଲାର ଦୁଇଟି, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରସିଦ ଖାନ୍‌ ଢେଙ୍କାନାଳର ଗୋଟିଏ, ଏସ୍‌ଟିଏସ୍‌ସିଆଣ୍ଡ୍‌ ଏସ୍‌ସି ବିକାଶ ବିଭାଗ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର ରାୟଗଡ଼ା ଓ ଦେବଗଡ଼ ଜିଲାର ଗୋଟିଏ ଲେଖାଏ ସ୍କୁଲ, ଓଡ଼ିଶା ରାଜ୍ୟ ଔଷଧ ନିଗମ ଏମ୍‌ଡି ଯାମିନୀ ଷଡ଼ଙ୍ଗୀ ଗଞ୍ଜାମର ଗୋଟିଏ, ପୁରୀ ଜିଲାପାଳ ପୁରୀର ଦୁଇଟି, କଟକ ଡିଆର୍‌ଡିଏ ପିଡି ମହମ୍ମଦ ଅବଦାଲ ଅଖ୍‌ତାର ଯାଜପୁରର ଗୋଟିଏ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଷ୍ଟେଟ୍‌ ପ୍ରୋଜେକ୍ଟ ଡାଇରେକ୍ଟର ଲିଙ୍ଗରାଜ ପଣ୍ଡା କେନ୍ଦ୍ରାପଡ଼ାର ଗୋଟିଏ, ଅନୁଗୋଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଗଞ୍ଜାମ ଜିଲାର ଗୋଟିଏ ସ୍କୁଲ ଓ ଆଇପିଏସ୍‌ ଅଫିସର ଅନୁପ ସାହୁ ଢେଙ୍କାନାଳର ଏକ ସ୍କୁଲକୁ ପୋଷ୍ୟ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ଇତିମଧ୍ୟରେ ୩୬ଜଣ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଓ ଓଏଏସ୍‌ ଅଫିସର ରାଜ୍ୟର ବିଭିନ୍ନ ସ୍କୁଲକୁ ପୋଷ୍ୟ ଗ୍ରହଣ କରିସାରିଛନ୍ତି। ଏହି ଅଭିଯାନରେ ଆଗକୁ ଆହୁରି ଅନେକ ପଦାଧିକାରୀ ସାମିଲ ହେବାର ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri