ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନର ନାମାଙ୍କନ ଦାଖଲ ସମୟ ଶୁକ୍ରବାର ଶେଷ ହୋଇଯାଇଛି। ସବୁ ଦଳ ପକ୍ଷରୁ ମଧ୍ୟ ପ୍ରଚାର କାର୍ଯ୍ୟ ଜୋର୍‌ଦାର କରାଯାଇଛି। ଏହାରି ମଧ୍ୟରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାର ତାଲିକା ଦୁଇ ଉପନିର୍ବାଚନ ଆସନ ଲାଗି ପ୍ରକାଶ ପାଇଛି। ବିଜେଡି ପକ୍ଷରୁ ମଧ୍ୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରାଯାଇଛି। ବିଜେଡି ପ୍ରକାଶ କରିଥିବା ତାଲିକାରେ ୩୦ଜଣଙ୍କ ନାମ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ କୁମାର ଦାସବର୍ମା, ଅନନ୍ତ ଦାସ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲିକ, ଅତନୁ ସବ୍ୟସଚୀ ନାୟକ, ଅରୁଣ କୁମାର ସାହୁ, ପ୍ରତାପ ଜେନା, ନବ କିଶୋର ଦାସ, ସୁଶାନ୍ତ ସିଂହ, ରାଜଶ୍ରୀ ମଲିକ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ସମୀର ରଞ୍ଜାନ ଦାଶ, ପ୍ରେମାନନ୍ଦ ନାୟକ, ଦେବାଶିଷ ସାମନ୍ତରାୟ, ଦିବ୍ୟ ଶଙ୍କର ମିଶ୍ର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରବିନ୍ଦ୍ର ଜେନା, ପ୍ରଶାନ୍ତ କୁମାର ମୁଦୁଲି, ରଘୁନନ୍ଦନ ଦାସ, ସୁଦାମ ମାରାଣ୍ଡୀ, ଜୀବନ ପ୍ରଦୀପ ଦାସ, ମୁଜିବୁଲ୍ଲା ଖାନ, ଆକାଶ ଦାସ ନାଏକ, ଅରିନ୍ଦମ ରାୟ ଏବଂ କୁନା ତ୍ରିପାଠୀଙ୍କୁ ରଖାଯାଇଛି।
ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ତାଲିକାରେ ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଏବଂ ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂଙ୍କୁ ବାଦ୍‌ ଦେଲେ ଅନ୍ୟ କୌଣସି କେନ୍ଦ୍ରୀୟ ନେତା ସାମିଲ ନାହାନ୍ତି। ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟମାନଙ୍କ ମଧ୍ୟରେ ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ ସୌଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, କେ.ଭି. ସିଂହଦେଓ ଓ ମନମୋହନ ସାମଲ ଅଛନ୍ତି। ସେହିପରି ବିଶ୍ୱେଶ୍ୱର ଟୁଡୁ, ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ, ଅଶ୍ୱିନୀ ବୈଷ୍ଣବ, ବିଷ୍ଣୁ ସେଠୀ, ବିଜୟ ମହାପାତ୍ର, ଖାରବେଳ ସ୍ବାଇଁ, ପ୍ରକାଶ ମିଶ୍ର, ମୋହନ ଚରଣ ମାଝି, ସୁକାନ୍ତ ନାଏକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଭୃଗୁ ବକ୍ସିପାତ୍ର, ବିଭୁ ତରାଇ ପ୍ରମୁଖ ସାମିଲ ହୋଇଛନ୍ତି ା
ସେହିପରି ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଶୁକ୍ରବାର ୩୦ ଜଣିଆ ଷ୍ଟାର କ୍ୟାମ୍ପେନ ତାଲିକା ପ୍ରକାଶ ପାଇଛି। ଓଡିଶା ପ୍ରଭାରୀ ଏ.ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପ୍ରଭାରୀ ଜିତେନ୍ଦ୍ର ସିଂହ, ଜିତିନ ପ୍ରସାଦ, ଭକ୍ତ ଚରଣ ଦାସ, ଅନୀଲ ଚୌଧୁରୀ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ଜି.ରୁଦ୍ର ରାଜୁ, ଶରତ ରାଉତ, ବିଶ୍ୱ ରଞ୍ଜନ ମହାନ୍ତି, ରାଗିନୀ ନାୟକ, ସୁସ୍ମିତା ଦେବ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ ଏହି ତାଲିକାରେ ଅଛନ୍ତି। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଭିଜିତ ମୁଖାର୍ଜୀ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଏମ୍‌ପି ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ରଞ୍ଜୀବ ବିଶ୍ୱାଳ, ଇମ୍ରାନ ପ୍ରତାପଗରହି, ଗଣେଶ୍ୱର ବେହେରା, ବିଜୟଲକ୍ଷ୍ମୀ ସାହୁ, ହମିଦ ହୁସେନ ଏବଂ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କା ଏହି ତାଲିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri