ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନର ନାମାଙ୍କନ ଦାଖଲ ସମୟ ଶୁକ୍ରବାର ଶେଷ ହୋଇଯାଇଛି। ସବୁ ଦଳ ପକ୍ଷରୁ ମଧ୍ୟ ପ୍ରଚାର କାର୍ଯ୍ୟ ଜୋର୍‌ଦାର କରାଯାଇଛି। ଏହାରି ମଧ୍ୟରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାର ତାଲିକା ଦୁଇ ଉପନିର୍ବାଚନ ଆସନ ଲାଗି ପ୍ରକାଶ ପାଇଛି। ବିଜେଡି ପକ୍ଷରୁ ମଧ୍ୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରାଯାଇଛି। ବିଜେଡି ପ୍ରକାଶ କରିଥିବା ତାଲିକାରେ ୩୦ଜଣଙ୍କ ନାମ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ କୁମାର ଦାସବର୍ମା, ଅନନ୍ତ ଦାସ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲିକ, ଅତନୁ ସବ୍ୟସଚୀ ନାୟକ, ଅରୁଣ କୁମାର ସାହୁ, ପ୍ରତାପ ଜେନା, ନବ କିଶୋର ଦାସ, ସୁଶାନ୍ତ ସିଂହ, ରାଜଶ୍ରୀ ମଲିକ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ସମୀର ରଞ୍ଜାନ ଦାଶ, ପ୍ରେମାନନ୍ଦ ନାୟକ, ଦେବାଶିଷ ସାମନ୍ତରାୟ, ଦିବ୍ୟ ଶଙ୍କର ମିଶ୍ର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରବିନ୍ଦ୍ର ଜେନା, ପ୍ରଶାନ୍ତ କୁମାର ମୁଦୁଲି, ରଘୁନନ୍ଦନ ଦାସ, ସୁଦାମ ମାରାଣ୍ଡୀ, ଜୀବନ ପ୍ରଦୀପ ଦାସ, ମୁଜିବୁଲ୍ଲା ଖାନ, ଆକାଶ ଦାସ ନାଏକ, ଅରିନ୍ଦମ ରାୟ ଏବଂ କୁନା ତ୍ରିପାଠୀଙ୍କୁ ରଖାଯାଇଛି।
ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ତାଲିକାରେ ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଏବଂ ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂଙ୍କୁ ବାଦ୍‌ ଦେଲେ ଅନ୍ୟ କୌଣସି କେନ୍ଦ୍ରୀୟ ନେତା ସାମିଲ ନାହାନ୍ତି। ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟମାନଙ୍କ ମଧ୍ୟରେ ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ ସୌଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, କେ.ଭି. ସିଂହଦେଓ ଓ ମନମୋହନ ସାମଲ ଅଛନ୍ତି। ସେହିପରି ବିଶ୍ୱେଶ୍ୱର ଟୁଡୁ, ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ, ଅଶ୍ୱିନୀ ବୈଷ୍ଣବ, ବିଷ୍ଣୁ ସେଠୀ, ବିଜୟ ମହାପାତ୍ର, ଖାରବେଳ ସ୍ବାଇଁ, ପ୍ରକାଶ ମିଶ୍ର, ମୋହନ ଚରଣ ମାଝି, ସୁକାନ୍ତ ନାଏକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଭୃଗୁ ବକ୍ସିପାତ୍ର, ବିଭୁ ତରାଇ ପ୍ରମୁଖ ସାମିଲ ହୋଇଛନ୍ତି ା
ସେହିପରି ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଶୁକ୍ରବାର ୩୦ ଜଣିଆ ଷ୍ଟାର କ୍ୟାମ୍ପେନ ତାଲିକା ପ୍ରକାଶ ପାଇଛି। ଓଡିଶା ପ୍ରଭାରୀ ଏ.ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପ୍ରଭାରୀ ଜିତେନ୍ଦ୍ର ସିଂହ, ଜିତିନ ପ୍ରସାଦ, ଭକ୍ତ ଚରଣ ଦାସ, ଅନୀଲ ଚୌଧୁରୀ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ଜି.ରୁଦ୍ର ରାଜୁ, ଶରତ ରାଉତ, ବିଶ୍ୱ ରଞ୍ଜନ ମହାନ୍ତି, ରାଗିନୀ ନାୟକ, ସୁସ୍ମିତା ଦେବ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ ଏହି ତାଲିକାରେ ଅଛନ୍ତି। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଭିଜିତ ମୁଖାର୍ଜୀ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଏମ୍‌ପି ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ରଞ୍ଜୀବ ବିଶ୍ୱାଳ, ଇମ୍ରାନ ପ୍ରତାପଗରହି, ଗଣେଶ୍ୱର ବେହେରା, ବିଜୟଲକ୍ଷ୍ମୀ ସାହୁ, ହମିଦ ହୁସେନ ଏବଂ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କା ଏହି ତାଲିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri