ପ୍ରକାଶ ପାଇଲା ସବୁ ଦଳର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର, ୧୬।୯(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ନିଜ ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ଥିବାବେଳେ ଅକ୍ଟୋବର ୩ ତାରିଖରେ ଭୋଟ ଗଣତି କରାଯିବ। ତେବେ ଉପନିର୍ବାଚନ ପାଇଁ ସବୁ ଦଳ ନିଜର ପ୍ରସ୍ତୁତି ପର୍ବ ଆରମ୍ଭ କରିଥିବା ବେଳେ ଷ୍ଟାର କ୍ୟାମ୍ପେନ ସବୁ ଦଳ ଆରମ୍ଭ କରିବାକୁ ଯାଉଛନ୍ତି। ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ସମୀର ରଞ୍ଜନ ଦାଶ, ସୁଶାନ୍ତ କୁମାର ସିଂହ, ସ୍ନେହାଙ୍ଗିନୀ ଛୁରିଆ, ପ୍ରୀତିରଞ୍ଜନ ଘଡ଼ାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀରଞ୍ଜନ ତ୍ରିପାଠୀ ଏବଂ ସୁଧୀର କୁମାର ସାମଲ ରହିଛନ୍ତି। ତେବେ ବିଜେଡିର ଏହି ତାଲିକାରେ ମନ୍ତ୍ରୀ ଅରୁଣ କୁମାର ସାହୁ, ପ୍ରତାପ ଜେନା ପ୍ରମୁଖ ଆହୁରି ବହୁ ନେତାଙ୍କୁ ସାମିଲ ନ କରି ବାଦ୍‌ ଦିଆଯାଇଛି, ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି।
ସେହିପରି କଂଗ୍ରେସ ତାଲିକାରେ ଦଳର ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜି.ରୁଦ୍ର ରାଜୁ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝି, ବିପିନ ଦାଶ, ରାମଚନ୍ଦ୍ର ଖୁଣ୍ଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ଅଧୀରାଜ ମୋହନ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡ଼ା ଏବଂ ସତ୍ୟପ୍ରକାଶ ନାୟକ ପ୍ରମୁଖ ଅଛନ୍ତି। ଭାଜପା ତାଲିକାରେ ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବୈଜୟନ୍ତ ପଣ୍ଡା, ଡି. ପୁରନ୍ଦେଶ୍ୱରୀ, ବିଜୟ ପାଲ ସିଂ ତୋମାର, ଜୁଏଲ ଓରାମ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମନମୋହନ ସାମଲ, କେ.ଭି. ସିଂ ଦେଓ, ସୁରମା ପାଢ଼ୀ, ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ, ମୋହନ ଚରଣ ମାଝି, ପ୍ରଭାତୀ ପରିଡ଼ା, ମାନସ କୁମାର ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଏବଂ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri