୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ୨୦୨୧ ନଭେମ୍ବର ୧ ତାରିଖରେ ରାଜ୍ୟର ସମସ୍ତ ୩୭,୬୦୬ଟି ଭୋଟଗଣତି କେନ୍ଦ୍ର ସହ ୫୮ଟି ଉପଜିଲାପାଳ ତଥା ଭୋଟ ପଞ୍ଜୀକରଣ ଅଧିକାରୀ ଓ ୩୦ଟି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ । ଭୋଟ ପଞ୍ଜୀକରଣ ଅଧିକାରୀ ମାଗଣାରେ ସମସ୍ତ ଜାତୀୟ ଓ ରାଜ୍ୟସ୍ତରର ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଚିଠା ଭୋଟର ତାଲିକାର କପି ପ୍ରଦାନ କରିବେ। ଅଣସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳମାନେ ନିର୍ଦ୍ଧାରିତ ମୂଲ୍ୟ ଦେଇ ଭୋଟର ତାଲିକାର କପି ନେଇପାରିବେ ।
ଭୋଟରମାନେ ମଧ୍ୟ ଏହାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଓ୍ବେବ୍‌ସାଇଟ www.ceoorissa.nic.in ମାଧ୍ୟମରେ ଭୋଟର ତାଲିକାରେ ସେମାନଙ୍କ ନାମ ଯୋଗ ବା ବାଦ୍‌ ଦେବା କିମ୍ବା ତ୍ରୁଟି ସଂଶୋଧନ ନିମନ୍ତେ ଦାବି ଓ ଆପତ୍ତି ସଂପୃକ୍ତ ଭୋଟ ପଞ୍ଜୀକରଣ ଅଧିକାରୀଙ୍କୁ ନିର୍ଦ୍ଧାରିତ ଫର୍ମ ମାଧ୍ୟମରେ ଜଣାଇପାରିବେ ।
ଏହାଛଡ଼ା ନାଗରିକମାନେ ମଧ୍ୟ ବୁଥ୍‌ସ୍ତରୀୟ ଅଧିକାରୀ ସାଧାରଣତଃ ଶିକ୍ଷକ କିମ୍ବା ଅଙ୍ଗନୱାଡି କର୍ମୀ ଦାୟିତ୍ୱରେ ଥାଆନ୍ତି, ସେମାନଙ୍କୁ ମଧ୍ୟ ନିର୍ଦ୍ଧାରିତ ଫର୍ମ ପୂରଣ କରି ଦାବି ଓ ଆପତ୍ତି ସମ୍ପର୍କରେ ନଭେମ୍ବର ୧ ରୁ ୩୦ ତାରିଖ ମଧ୍ୟରେ ଜଣାଇପାରିବେ। ଏହାଛଡ଼ା ଭାରତ ନିର୍ବାଚନ ଆୟୋଗ ଏକ ନାଗରିକ ଅନୁକୂଳ ଆପ୍‌ ଭୋଟର ହେଲ୍‌ପଲାଇନ ଆପ୍‌ ଏବଂ nvsp.in ଆପ୍‌ ପ୍ରଚଳନ କରିଛନ୍ତି। ଏହାଦ୍ୱାରା ନାଗରିକମାନେ ଭୋଟର ତାଲିକାରେ ସେମାନଙ୍କର ନାମ ଯୋଗ ବା ବାଦ୍‌ ଦେବା କିମ୍ବା ତ୍ରୁଟି ସଂଶୋଧନ ନିମନ୍ତେ ଦାବି ଓ ଆପତ୍ତି ସଂପୃକ୍ତ ଭୋଟ ପଞ୍ଜୀକରଣ ଅଧିକାରୀଙ୍କୁ ନିର୍ଦ୍ଧାରିତ ଫର୍ମ ମାଧ୍ୟମରେ ଜଣାଇପାରିବେ ।
ଏହାଛଡ଼ା ବୁଥ୍‌ସ୍ତରୀୟ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଧାରିତ ଫର୍ମ ପୂରଣ କରି ଦାବି ଓ ଆପତ୍ତି ସମ୍ପର୍କରେ ନଭେମ୍ବର ୧ ତାରିଖଠାରୁ ନଭେମ୍ବର ୩୦ ତାରିଖ ମଧ୍ୟରେ ଜଣାଇପାରିବେ । ଭୋଟର ତାଲିକାରେ ନୂତନ ଭାବେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬, ଭୋଟର ତାଲିକାରୁ ନାମ ବାଦ୍‌ ଦେବା ନିମନ୍ତେ ଫର୍ମ ନଂ-୭ ଓ ଭୋଟର ତାଲିକାରେ ନାମ, ଠିକଣା ଓ ବୟସ ଇତ୍ୟାଦିରେ ତ୍ରୁଟି ଥିଲେ ଫର୍ମ ନଂ-୮ରେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଗୋଟିଏ ନିର୍ବାଚନମଣ୍ଡଳୀ ମଧ୍ୟରେ ଅନ୍ୟ ଏକ ସ୍ଥାନ ପରିବର୍ତ୍ତନ କରିବାକୁ ହେଲେ ଫର୍ମ ନଂ-୮(କ)ରେ ଆବେଦନ କରିବାକୁ ହେବ। ନିର୍ଦ୍ଧାରିତ ଆପ୍‌ ଡାଉନଲୋଡ୍‌ କରି ସାରିବା ପରେ ଫର୍ମ ପୂରଣ କରିବାକୁ ହେବ। ବାସସ୍ଥାନ ଠିକଣା ନିମନ୍ତେ ବିଦ୍ୟୁତ ବିଲ୍‌, ଟେଲିଫୋନ୍‌ ବିଲ୍‌, ଜମିଜମା ଦସ୍ତାବିଜ ସ୍କାନ୍‌ କପି ଅପଲୋଡ୍‌ କରିବାକୁ ହେବ । ସେହିପରି ଜନ୍ମତାରିଖ ପ୍ରମାଣିତ କରିବା ନିମନ୍ତେ ଜନ୍ମ ପ୍ରମାଣପତ୍ର, ପାସପୋର୍ଟ, ପାନ୍‌କାର୍ଡ, ମାଟ୍ରିକ୍‌ ସାର୍ଟିଫିକେଟ୍‌, ଡ୍ରାଇଭିଂ ଲାଇସେନ୍ସର ସ୍କାନ୍‌ କପି ସହ ପାସପୋର୍ଟ ସାଇଜ୍‌ ଫଟୋ ଅପ୍‌ଲୋଡ କରିବାକୁ ହେବ । ଏଥିରେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ନାଗରିକ ନିଜେ ନିଜର ଫର୍ମ ପୂରଣ କରୁଥିବାରୁ ତ୍ରୁଟିଶୂନ୍ୟ ଭୋଟର ତାଲିକା ବା ଫଟୋ ପରିଚୟପତ୍ର ହୋଇପାରିବ । ଉଭୟ ଇଂଲିଶ ଏବଂ ଓଡ଼ିଆରେ ନିଜର ନାମ, ଠିକଣା ଓ ବୟସ ଇତ୍ୟାଦି ଭୋଟର ପରିଚୟପତ୍ର ଓ ଭୋଟର ତାଲିକାରେ ତ୍ରୁଟିଶୂନ୍ୟ ହୋଇପାରିବ ।
ଜିଲାସ୍ତରରେ ସମସ୍ତ ରାଜନୈତିକ ଦଳମାନଙ୍କ ସହ ବୈଠକ କରାଯାଇ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରାଯିବ। ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତିରେ ଭୋଟ ପଞ୍ଜୀକରଣ ଅଧିକାରୀଙ୍କୁ ସହାୟତା କରିବେ। ଯେପରି ଜଣେ ଯୋଗ୍ୟ ଭୋଟର ବାଦ୍‌ ନ ପଡ଼ନ୍ତି ସେଥିନିମନ୍ତେ ନଭେମ୍ବର ମାସର ପ୍ରଥମ ଓ ତୃତୀୟ ରବିବାର ଅର୍ଥାତ୍‌ ନଭେମ୍ବର ୭ ତାରିଖ ଓ ନଭେମ୍ବର ୨୧ ତାରିଖରେ ସବୁ ବୁଥ୍‌ରେ ‘ସ୍ବତନ୍ତ୍ର ଅଭିଯାନ’ ଆରମ୍ଭ ହେବ। ଉକ୍ତ ଦିନ ବୁଥ୍‌ସ୍ତରୀୟ ଅଧିକାରୀମାନେ ସକାଳ ୧୦ଟାଠାରୁ ଅପରାହ୍ନ ୫ ଘଟିକା ପର୍ଯ୍ୟନ୍ତ ଉପସ୍ଥିତ ରହି ନାଗରିକମାନଙ୍କ ଆପତ୍ତି ଅଭିଯୋଗ ଗ୍ରହଣ କରିବେ।
ଏହି କାର୍ଯ୍ୟକ୍ରମକୁ ତଦାରଖ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ୯ ଜଣ ବରିଷ୍ଠ ଅଧିକାରୀଙ୍କୁ ରୋଲ୍‌ ଅବଜରଭର ଭାବେ ନିଯୁକ୍ତ କରାଯାଇଛି । ରୋଲ୍‌ ଅବଜରଭରମାନେ ଜିଲାକୁ ଜିଲା ଗସ୍ତ କରି ଏ ସମସ୍ତ କାର୍ଯ୍ୟର ତଦାରଖ କରି ଜିଲା ନିର୍ବାଚନ ଅଧିକାରୀଙ୍କୁ ଜଣାଇବେ । ଡିସେମ୍ବର ୨୦ ତାରିଖ ସୁଦ୍ଧା ସମସ୍ତ ଆପତ୍ତି ଅଭିଯୋଗଗୁଡ଼ିକର ଫଇସଲା ହେବ ଓ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୨ ଜାନୁୟାରୀ ୫ ତାରିଖରେ ପ୍ରକାଶ ପାଇବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ।
ଭୋଟରମାନଙ୍କ ଘରକୁ ଭୋଟ ପରିଚୟପତ୍ର ସ୍ପିଡ୍‌ପୋଷ୍ଟ ମାଧ୍ୟମରେ ପଠାଇବା ନିମନ୍ତେ ଭାରତ ନିର୍ବାଚନ ଆୟୋଗ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥି ନିମନ୍ତେ ଫର୍ମ ପୂରଣ ସମୟରେ ଠିକ୍‌ ଡାକ ଠିକଣା ସହ ଏକକ ମୋବାଇଲ୍‌ ନମ୍ବର ଦେବାକୁ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?