ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡିଓ ଷ୍ଟେଶନକୁ ଲୋକାର୍ପିତ କରିଥିଲେ। ଏହି ଅବସରରେ ବିଧାୟକ କହିଥିଲେ ଯେ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି କୁଲାଡ଼ ଗ୍ରାମକୁ ଆଦର୍ଶ ଗ୍ରାମ ଭାବେ ଘୋଷଣା କରିବା ପାଇଁ ସେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ତାହା ଆଗାମୀ ଦିନରେ ଘୋଷଣା ହେବ। ତାହାହେଲେ ଯାଇ କୁଲାଡ ଗ୍ରାମର ବିକାଶ ପାଇଁ ୧୫ କୋଟି ଟଙ୍କା ଅନୁଦାନ ଆସିବ।

ରେଡିଓ ଆଇନା ମାଧ୍ୟମରେ ଘୁମୁସର ଅଞ୍ଚଳର ସାମାଜିକ, ସାଂସ୍କୃତିକ, ଶିକ୍ଷା, କୃଷି ଓ ଲୋକଜୀବନ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଶ୍ରୋତାମାନେ ଶୁଣିପାରିବେ। ଏହା ଏକ ଭଲ କାର୍ଯ୍ୟକ୍ରମ ବୋଲି ବିଧାୟକ ନାୟକ କହିଥିଲେ। ଏହି ଅବସରରେ ଭଞ୍ଜନଗର ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ, ସିଡିପିଓ ନୀଲିମା କୁମାରୀ ପଣ୍ଡା, ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ଡ. ସୁତନୁ କୁମାର ଶତପଥୀ, ସାମାଜିକ କର୍ମୀ ଶୁଳପାଣି ଶତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ‘ଆଇନା’ର ସମ୍ପାଦିକା ସ୍ନେହା ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ଷ୍ଟେଶନ ସଂଯୋଜିକା ପ୍ରଣତି ମିଶ୍ର ସଭାକୁ ସଂଯୋଜନା କରିଥିଲେ। ଏହି ଅବସରରେ ଅତିଥିମାନେ କିଛି ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଓଡିଆ ମାଟିର ସଂଗ୍ରାମୀ ବୀର ନାମକ ଏକ ପୁସ୍ତକ ଅତିଥିମାନଙ୍କ ଦାରା ଉନ୍ମୋଚିତ ହୋଇଥିଲା। ନେତାଜୀ ବିଷୋୟୀ ଏହାର ଲେଖକ ଅଟନ୍ତି।

ଏଥିସହ ରେଡିଓ ଜକି ଶୁଭସ୍ମିତା ଗୌଡ଼, ରିତେଶ ବେହେରାଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ବରିଷ୍ଠ ଲେଖକ ପ୍ରଶାନ୍ତ ମହାନ୍ତି, ନେତାଜୀ ବିଷୋୟୀ, ଅଜିତ୍‌ ଶତପଥୀ, ସନ୍ତୋଷ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଦିଲ୍ଲୀପ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri