ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡିଓ ଷ୍ଟେଶନକୁ ଲୋକାର୍ପିତ କରିଥିଲେ। ଏହି ଅବସରରେ ବିଧାୟକ କହିଥିଲେ ଯେ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି କୁଲାଡ଼ ଗ୍ରାମକୁ ଆଦର୍ଶ ଗ୍ରାମ ଭାବେ ଘୋଷଣା କରିବା ପାଇଁ ସେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ତାହା ଆଗାମୀ ଦିନରେ ଘୋଷଣା ହେବ। ତାହାହେଲେ ଯାଇ କୁଲାଡ ଗ୍ରାମର ବିକାଶ ପାଇଁ ୧୫ କୋଟି ଟଙ୍କା ଅନୁଦାନ ଆସିବ।

ରେଡିଓ ଆଇନା ମାଧ୍ୟମରେ ଘୁମୁସର ଅଞ୍ଚଳର ସାମାଜିକ, ସାଂସ୍କୃତିକ, ଶିକ୍ଷା, କୃଷି ଓ ଲୋକଜୀବନ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଶ୍ରୋତାମାନେ ଶୁଣିପାରିବେ। ଏହା ଏକ ଭଲ କାର୍ଯ୍ୟକ୍ରମ ବୋଲି ବିଧାୟକ ନାୟକ କହିଥିଲେ। ଏହି ଅବସରରେ ଭଞ୍ଜନଗର ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ, ସିଡିପିଓ ନୀଲିମା କୁମାରୀ ପଣ୍ଡା, ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ଡ. ସୁତନୁ କୁମାର ଶତପଥୀ, ସାମାଜିକ କର୍ମୀ ଶୁଳପାଣି ଶତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ‘ଆଇନା’ର ସମ୍ପାଦିକା ସ୍ନେହା ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ଷ୍ଟେଶନ ସଂଯୋଜିକା ପ୍ରଣତି ମିଶ୍ର ସଭାକୁ ସଂଯୋଜନା କରିଥିଲେ। ଏହି ଅବସରରେ ଅତିଥିମାନେ କିଛି ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଓଡିଆ ମାଟିର ସଂଗ୍ରାମୀ ବୀର ନାମକ ଏକ ପୁସ୍ତକ ଅତିଥିମାନଙ୍କ ଦାରା ଉନ୍ମୋଚିତ ହୋଇଥିଲା। ନେତାଜୀ ବିଷୋୟୀ ଏହାର ଲେଖକ ଅଟନ୍ତି।

ଏଥିସହ ରେଡିଓ ଜକି ଶୁଭସ୍ମିତା ଗୌଡ଼, ରିତେଶ ବେହେରାଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ବରିଷ୍ଠ ଲେଖକ ପ୍ରଶାନ୍ତ ମହାନ୍ତି, ନେତାଜୀ ବିଷୋୟୀ, ଅଜିତ୍‌ ଶତପଥୀ, ସନ୍ତୋଷ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଦିଲ୍ଲୀପ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?