ଟ୍ରକ୍‌ ଚକ ତଳେ ଚାଲିଗଲା ବାପା-ଝିଅଙ୍କ ଜୀବନ

ତାଳଚେର, ୨୨ା୪ (ନି.ପ୍ର.): ପବିତ୍ର ରମଜାନ ମାସର ଶେଷ ଦିନ ତଥା ଇଦ୍‌-ଉଲ୍‌ ଫିତର ଥିବାରୁ ୩ ବର୍ଷର ପୁଅ ଏମ୍‌ଡି ସାହିଲ ଓ ଭଣଜା ଏମ୍‌ଡି ଫିରୋଜ କୁରେସୀଙ୍କୁ ଧରି ମସ୍‌ଜିଦ୍‌କୁ ନମାଜ ପାଠ କରିବାକୁ ଆସିଥିଲେ ତାଳଚେର ଗୋଡ଼ିବନ୍ଧ ଅଞ୍ଚଳର ଏମ୍‌ଡି ଆରିଫ (୩୪)। ହେଲେ ନମାଜ ପାଠ ପରେ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ୧୪୯ନଂ. ଜାତୀୟ ରାଜପଥର ବାଙ୍କଧରା ଛକ ନିକଟରେ ଘଟିଗଲା ଦୁର୍ଘଟଣା। କୋଇଲା ବୋଝେଇ ଟ୍ରକ୍‌ ଧକ୍କାରେ ଘଟଣାସ୍ଥଳରେ ହିଁ ଚାଲିଗଲା ଏମ୍‌ଡି ଆରିଫ ଓ ତାଙ୍କ ୩ ବର୍ଷର ପୁଅ ଏମ୍‌ଡି ସାହିଲଙ୍କ ଜୀବନ। ଶନିବାର ଅପରାହ୍ନ ପ୍ରାୟ ୧ଟାରେ ଘଟିଥିବା ଏହି ଦୁର୍ଘଟଣା ଅନୁଗୋଳ ଜିଲା ତାଳଚେର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଦୁର୍ଘଟଣାରେ ଗୁରୁତର ଏମ୍‌ଡି ଫିରୋଜଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣାସ୍ଥଳରେ ରାସ୍ତାରୋକୋ କରାଯାଇଛି।
ସୂଚନା ଅନୁଯାୟୀ, ତାଳଚେର ଥାନା ଗୋଡ଼ିବନ୍ଧ ଅଞ୍ଚଳର ଏମ୍‌ଡି ଆରିଫ ପୂର୍ବାହ୍ନରେ ନମାଜ ପାଠ ପାଇଁ ତାଳଚେରସ୍ଥିତ ମସ୍‌ଜିଦ୍‌କୁ ବାଇକ୍‌ରେ ଆସିଥିଲେ। ତାଙ୍କ ସହ ପୁଅ ଏମ୍‌ଡି ସାହିଲ ଓ ଭଣଜା ଏମ୍‌ଡି ଫିରୋଜ କୁରେସୀ ଥିଲେ। ମସ୍‌ଜିଦ୍‌ରେ ନମାଜ ପାଠ କରିସାରିବା ପରେ ଏମ୍‌ଡି ଆରିଫ ସ୍ଥାନୀୟ ବଜାରରୁ ସଉଦାପତ୍ର କିଣିଥିଲେ। ଏହାପରେ ପୁଅ ଓ ଭଣଜାଙ୍କୁ ଧରି ସେ ଗୋଡ଼ିବନ୍ଧସ୍ଥିତ ଘରକୁ ଫେରୁଥିଲେ। ହେଲେ ୧୪୯ନଂ. ଜାତୀୟ ରାଜପଥର ବାଙ୍କଧରା ଛକ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଟ୍ରକ୍‌ ଚକାତଳେ ପଡ଼ିଯିବା ଯୋଗୁ ଏମ୍‌ଡି ଆରିଫ ଓ ପୁଅ ଏମ୍‌ଡି ସାହିଲଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିବା ଭଣଜା ଏମ୍‌ଡି ଫିରୋଜ କୁରେସୀଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲ ପଠାଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା। ଶତାଧିକ ଲୋକେ ରାସ୍ତା ଅବରୋଧ କରିବାରୁ ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି। ଖବରପାଇ ତାଳଚେର ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?