ୟୁନିଭର୍ସିଟି ଲ’ କଲେଜରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଜାରି ରହିବ

ଭୁବନେଶ୍ୱର,୩।୭(ଅସମାପିକା ସାହୁ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୟୁନିଭର୍ସିଟି ଲ’ କଲେଜରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଜାରି ରହିବ। ଏନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଚଳିତବର୍ଷ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମକୁ ହଟାଇ ଦିଆଯାଇଥିଲା, ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କୌଣସି କାରଣ ନ ଥାଇ ଏହି ପାଠ୍ୟକ୍ରମରେ ନୂଆ ନାମଲେଖା ପ୍ରକ୍ରିୟା ବନ୍ଦ କରାଯିବାକୁ ଛାତ୍ରୀଛାତ୍ର ସହଜରେ ଗ୍ରହଣ କରିପାରୁ ନ ଥିଲେ। ପୂର୍ବରୁ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମକୁ ଅଧ୍ୟାପକ ଅଭାବ ଓ ଆନୁଷଙ୍ଗିକ ଅସୁବିଧା କାରଣରୁ ବନ୍ଦ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମସୁଧା କରୁଥିଲେ। ଏହା ଅବଗତ ହେବା ପରେ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଥିଲେ। ବହୁ କମ୍‌ ସ୍ଥାନରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଥିବାବେଳେ କାହିଁକି ବନ୍ଦ କରୁଛନ୍ତି ବୋଲି ସେମାନେ ପ୍ରଶ୍ନ କରିଥିଲେ। ଏନେଇ ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦେଖାକରି ପାଠ୍ୟକ୍ରମ ଜାରି ରଖିବାକୁ ଦାବି ଜଣାଇଥିଲେ। କିନ୍ତୁ କୌଣସି ସନ୍ତୋଷଜନକ ଉତ୍ତର ନ ମିଳିବାରୁ ଛାତ୍ରୀଛାତ୍ରଙ୍କୁ ନେଇ ଏକ ପ୍ରତିନିଧି ଦଳ ମଙ୍ଗଳବାର କୁଳପତି ଓ କୁଳସଚିବ କାହ୍ନୁଚରଣ ଧୀରଙ୍କୁ ଭେଟି ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଚାଲୁ ରଖିବାକୁ ଦାବିପତ୍ର ଦେବା ସହ ଆଲୋଚନା କରିଥିଲେ। ଆଲୋଚନା କାଳରେ ପାଠ୍ୟକ୍ରମ ଜାରି ରହିବ ବୋଲି କୁଳପତି ପ୍ରତିଶ୍ରୁତି ଦେଇଥିବା ଛାତ୍ରୀଛାତ୍ର ପ୍ରକାଶ କରିଛନ୍ତି। ଆଲୋଚନାବେଳେ ଦେବେଶ କୁମାର ଦାଶ, ସ୍ବରୂପ ରଞ୍ଜନ ମଲ୍ଲିକ, ସତ୍ୟମେବ ଜୟତେ, ରାଜଲକ୍ଷ୍ମୀ ପଟ୍ଟନାୟକ, ଚନ୍ଦନ ପାଟଖଣ୍ଡା, ସୌମ୍ୟରଞ୍ଜନ ପ୍ରଧାନ ଓ ଅମିତ ଜେନାଙ୍କ ସମେତ ବହୁ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri