ପୂରଣ ହେଉନି ଋଣ ଲକ୍ଷ୍ୟ

ଢେଙ୍କାନାଳ ଅଫିସ,୧୭ା୩: ଢେଙ୍କାନାଳ ଜିଲାରେ ଚାଷୀଙ୍କୁ ଋଣ ପ୍ରଦାନ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ। ୨୦୨୧-୨୨ ଆର୍ଥତ୍କ ୧୭୦୫.୫୧ କୋଟି ଟଙ୍କା କୃଷିଋଣ ପ୍ରଦାନ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ମାତ୍ର ୬୧୦.୬୫ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି, ଯାହା ଲକ୍ଷ୍ୟଠାରୁ ୬୪% କମ୍‌। ଅଣ କୃଷିକ୍ଷେତ୍ରରେ ମଧ୍ୟ ପ୍ରଦାନ କରାଯାଇଥିବା ଋଣର ପରିମାଣ ଆଖିଦୃଶିଆ ନୁହେଁ। ଅଣଚାଷ କ୍ଷେତ୍ରରେ ୬୬୫.୧୨ କୋଟି ଟଙ୍କା ଋଣ ପ୍ରଦାନ ନିମନ୍ତେ ଲକ୍ଷ୍ୟ ରଖାଯାଇଥିବାବେଳେ ଗତ ଡିସେମ୍ବର ଶେଷ ସୁଦ୍ଧା ୩୪୨.୬୮ କୋଟି ଟଙ୍କା ପ୍ରଦାନ କରାଯାଇଛି, ଯାହା ମୋଟ ଧାର୍ଯ୍ୟ ଲକ୍ଷ୍ୟର ୫୨%। ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ଲିଡ୍‌ ବ୍ୟାଙ୍କ ପରାମର୍ଶ କମିଟି ବୈଠକରୁ ଏଭଳି ତଥ୍ୟ ପଦାକୁ ଆସିଛି। ଜିଲାରେ କାର୍ଯ୍ୟକ୍ଷମ ବ୍ୟାଙ୍କ ବିଭିନ୍ନ କ୍ଷେତ୍ର ପାଇଁ ମୋଟ୍‌ ୪୮% ଋଣ ପ୍ରଦାନ କରିଛନ୍ତି। ଏହାକୁ ସର୍ବନିମ୍ନ ୬୦%କୁ ବୃଦ୍ଧି କରିବା ଦିଗରେ ଯତ୍ନବାନ ହେବାକୁ ଜିଲାପାଳ ସରୋଜ କୁମାର ସେଠୀ ବ୍ୟାଙ୍କର୍ସ ଏବଂ ଲାଇନ ଡିପାର୍ଟମେଣ୍ଟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଆଲୋଚନାରେ ଭାଗନେଇ ଜିଲାପାଳ କହିଲେ, ଆଦିବାସୀ ହସ୍ତଶିଳ୍ପର ପ୍ରଚାର ପ୍ରସାର ଲାଗି ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତର ସଦେଇବେରେଣୀରେ କଳାଗ୍ରାମ ପ୍ରତିଷ୍ଠା କରାଯାଇଛି। ଏହାର ଭିତ୍ତିଭୂମିର ବିକାଶ କରିବା ଲାଗି ବ୍ୟାଙ୍କସମୂହ ଆଗେଇ ଆସିବା ଜରୁରୀ। ଫଳରେ ଜିଲାର ହସ୍ତଶିଳ୍ପ, କୁଟୀର ଶିଳ୍ପ, ଡୋକ୍ରାଶିଳ୍ପକୁ ନୂଆ ଦିଶା ମିଳିବ। ଆଞ୍ଚଳିକ କାରିଗରଙ୍କ ରୋଜଗାର ବୃଦ୍ଧି ପାଇବ ବୋଲି ଜିଲାପାଳ ଆଶାବ୍ୟକ୍ତ କରିଛନ୍ତି। ଜିଲାରେ ଛତୁଚାଷ, କୁକୁଡ଼ା ପାଳନ, ଛେଳି ପାଳନ, ଫଳ ଚାଷ, ପରିବା ଉତ୍ପାଦନ ସମେତ ବିଭିନ୍ନ ଧନ୍ଦାମୂଳକ କାର୍ଯ୍ୟ ପାଇଁ ବହୁ ଉତ୍ସାହୀ ବ୍ୟକ୍ତି, ଅନୁଷ୍ଠାନ, ଗୋଷ୍ଠୀ ଇଚ୍ଛୁକ ଅଛନ୍ତି। ହେଲେ ଅର୍ଥାଭାବ ସେମାନଙ୍କ ଲକ୍ଷ୍ୟପଥରେ ପ୍ରମୁଖ ପ୍ରତିବନ୍ଧକ ସାଜିଛି। ସାମାଜିକ ସୁରକ୍ଷା ଦୃଷ୍ଟିରୁ ଏଭଳି ଉତ୍ସାହୀ ବ୍ୟକ୍ତିଙ୍କୁ ଚିହ୍ନଟ କରି ଋଣ ଯୋଗାଇ ଦେବା ଲାଗି ବିହିତ ପଦକ୍ଷେପ ନେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସାଫଲ୍ୟ ମଣ୍ଡିତ ପ୍ରଧାନ, ନାବାର୍ଡ ଡିଡିଏମ୍‌ ଡ. ଜ୍ଞାନେନ୍ଦ୍ର ରାଉତ, ଏଲ୍‌ଡିଏମ୍‌ ସନୋଜ କୁମାର ସିଂ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଚିଫ୍‌ ମ୍ୟାନେଜର ମୀନକେତନ ବରାଲେବଦିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri