‘ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇନି’ ସ୍ପଷ୍ଟ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱର ଜିଲାରେ ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇଥିବା ନେଇ ରବିବାରଠାରୁ ବିଭିନ୍ନ ସୋସିଆଲ ମିଡିଆରେ ଗୁଜବ ପ୍ରଚାରିତ ହୋଇଛି। ଏହାକୁ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଖଣ୍ଡନ କରାଯାଇଛି।
ବିଶେଷକରି ହ୍ବାଟ୍ସଆପ୍‌ ଗ୍ରୁପ୍‌ ମାଧ୍ୟମରେ ଗୁଜବ ପ୍ରଚାରିତ ହେଉଛି ଯେ, ନିୟମରେ ପରିବର୍ତ୍ତନ ହୋଇ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିବ। ଅପରାହ୍ନରେ ଆଉ ଦୋକାନ ଖୋଲିବାକୁ ଅନୁମତି ନାହିଁ। ବାଇକ ନେଲେ ଗାଡ଼ି ସିଜ୍‌ କରାଯିବ, ଚାଲି କରି କିମ୍ବା ସାଇକେଲରେ ଯିବାକୁ ପଡ଼ିବ। ସେହିପରି ଆଉ କେତେକ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଯେ, ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ପୌରପାଳିକା ଅଞ୍ଚଳକୁ ସୋମବାର ଅପରାହ୍ନ ୫ଟାରୁ ଆସନ୍ତା ଶୁକ୍ରବାର ଅପରାହ୍ନ ୫ଟା ଯାଏ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ଶପିଂ ମଲ୍‌, ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ। ଏଭଳି ଗୁଜବକୁ ଜିଲା ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରାଯାଇଛି ଏବଂ ଏଥିରେ କୌଣସି ସତ୍ୟତା ନ ଥିବା କୁହାଯାଇଛି। କେବଳ ଜଳେଶ୍ୱର ପୌରାଞ୍ଚଳରେ ସୋମବାର ସନ୍ଧ୍ୟା ୫ଟାଠାରୁ ଆସନ୍ତା ୧୭ ତାରିଖ ପୂର୍ବାହ୍ନ ୫ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଜାରି କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ହୋଇଥିବା ଅଞ୍ଚଳକୁ ଛାଡ଼ିଦେଲେ ଜିଲାର ଅନ୍ୟାନ୍ୟ ଅଞ୍ଚଳ ପାଇଁ ପୂର୍ବରୁ ଥିବା ନିୟମରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏଥିସହିତ ଗୁଜବ ସୃଷ୍ଟିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri