ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଦୀର୍ଘଦିନ ହେଲା ତାଲା ଝୁଲାଇ ଦିଆଯାଇଥିବାରୁ ଏହାକୁ ନେଇ ସ୍ଥାନୀୟ ବିଦ୍ୟୁତ୍‌ ଉପଭୋକ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ନାକିଚି, ଠେଲକନାଳୀ, କଟରଙ୍ଗା, ଅଙ୍ଗପଡ଼ା, ଉରୁକୁଳା, ଧଡ଼ରପାଳ, ହିମିତିରା ପଞ୍ଚାୟତର ଉପଭୋକ୍ତାଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସବ୍‌ଷ୍ଟେଶନ ନିର୍ମାଣ କରାଯାଇଥିଲା। ୨୦୧୮ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଥିଲେ। କିନ୍ତୁ ଏଯାଏ ଏହି ସବ୍‌ଷ୍ଟେଶନ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ପୂର୍ବପରି ବାମୁର ସବ୍‌ଷ୍ଟେଶନରୁ ସଂଯୋଗ ଦିଆଯାଉଛି। ଫଳରେ ଦୈନିକ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଉଛି। ରକ୍ଷଣାବେକ୍ଷଣ ପାଇଁ ନିଯୁକ୍ତ ବଇଣ୍ଡା ସବ୍‌ଷ୍ଟେଶନର ଲାଇନମ୍ୟାନ ପ୍ରହଲ୍ଲାଦ ମହାପାତ୍ର ୨୦୧୯ ଜୁଲାଇ ୨୩ରେ କାର୍ଯ୍ୟାଳୟରେ ପଡ଼ି ପ୍ରାଣ ହରାଇଥିଲେ। ସେବେଠାରୁ ଏଠାରେ ଆଉ କାହାକୁ ନିଯୁକ୍ତି ଦିଆଯାଇ ନ ଥିବାରୁ ଫାଟକରେ ତାଲା ଝୁଲୁଛି। ଏଥିପ୍ରତି ଜିଲାପାଳ, ରାଜ୍ୟ ଶକ୍ତି ବିଭାଗ ଦୃଷ୍ଟି ନ ଦେଲେ ଆନ୍ଦୋଳନ କରାଯିବ ବୋଲି ଉପଭୋକ୍ତାମାନେ ପ୍ରକାଶ କରିଛନ୍ତି। ବଇଣ୍ଡା ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ସୀପକ ଦାସ କହିଛନ୍ତି, ନାକିଚି ସବ୍‌ଷ୍ଟେଶନରେ କୌଣସି କର୍ମଚାରୀ ନିଯୁକ୍ତି ହୋଇନାହାନ୍ତି। ଏହାକୁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରାଯିବାର ବ୍ୟବସ୍ଥା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri