ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଦୀର୍ଘଦିନ ହେଲା ତାଲା ଝୁଲାଇ ଦିଆଯାଇଥିବାରୁ ଏହାକୁ ନେଇ ସ୍ଥାନୀୟ ବିଦ୍ୟୁତ୍‌ ଉପଭୋକ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ନାକିଚି, ଠେଲକନାଳୀ, କଟରଙ୍ଗା, ଅଙ୍ଗପଡ଼ା, ଉରୁକୁଳା, ଧଡ଼ରପାଳ, ହିମିତିରା ପଞ୍ଚାୟତର ଉପଭୋକ୍ତାଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସବ୍‌ଷ୍ଟେଶନ ନିର୍ମାଣ କରାଯାଇଥିଲା। ୨୦୧୮ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଥିଲେ। କିନ୍ତୁ ଏଯାଏ ଏହି ସବ୍‌ଷ୍ଟେଶନ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ପୂର୍ବପରି ବାମୁର ସବ୍‌ଷ୍ଟେଶନରୁ ସଂଯୋଗ ଦିଆଯାଉଛି। ଫଳରେ ଦୈନିକ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଉଛି। ରକ୍ଷଣାବେକ୍ଷଣ ପାଇଁ ନିଯୁକ୍ତ ବଇଣ୍ଡା ସବ୍‌ଷ୍ଟେଶନର ଲାଇନମ୍ୟାନ ପ୍ରହଲ୍ଲାଦ ମହାପାତ୍ର ୨୦୧୯ ଜୁଲାଇ ୨୩ରେ କାର୍ଯ୍ୟାଳୟରେ ପଡ଼ି ପ୍ରାଣ ହରାଇଥିଲେ। ସେବେଠାରୁ ଏଠାରେ ଆଉ କାହାକୁ ନିଯୁକ୍ତି ଦିଆଯାଇ ନ ଥିବାରୁ ଫାଟକରେ ତାଲା ଝୁଲୁଛି। ଏଥିପ୍ରତି ଜିଲାପାଳ, ରାଜ୍ୟ ଶକ୍ତି ବିଭାଗ ଦୃଷ୍ଟି ନ ଦେଲେ ଆନ୍ଦୋଳନ କରାଯିବ ବୋଲି ଉପଭୋକ୍ତାମାନେ ପ୍ରକାଶ କରିଛନ୍ତି। ବଇଣ୍ଡା ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ସୀପକ ଦାସ କହିଛନ୍ତି, ନାକିଚି ସବ୍‌ଷ୍ଟେଶନରେ କୌଣସି କର୍ମଚାରୀ ନିଯୁକ୍ତି ହୋଇନାହାନ୍ତି। ଏହାକୁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରାଯିବାର ବ୍ୟବସ୍ଥା ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri