ରାଜ୍ୟକୁ କେନ୍ଦ୍ରର ଚିଠି: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରେ ରହିବନି ବିଜୁ ପକ୍କା ଘର ଲୋଗୋ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିିତ ପକ୍କା ଘରେ ଲାଗି ପାରିବନି ବିଜୁ ପକ୍କାଘର ଯୋଜନାର ଲୋଗୋ । ଏନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛି କେନ୍ଦ୍ର। ଶନିବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି କେନ୍ଦ୍ର ଗ୍ରାମୀଣ ବିକାଶ ବିଭାଗର ପ୍ରମୁଖ ସଚିବ ନଗେନ୍ଦ୍ର ନାଥ ସିହ୍ନା ଜଣାଇଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଯୋଜନାକୁ ରାଜ୍ୟରେ ଅବିକଳ ଭାବେ ଏବଂ ସେହି ନାଁରେ ଲାଗୁ କରାଯାଉ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଗୃହକୁ କେବଳ ଏହି ନାଁର ଲୋଗୋ ଲଗାଇବାକୁ ରାଜ୍ୟ ସରକାରଙ୍କୁ ଚିଠିରେ କୁହାଯାଇଛି ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲୋକଙ୍କୁ ମିଳିଥିବା ଘରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ଯୋଜନାର ଦୁଇଟି ଯାକ ଲୋଗୋ ଥାଇ ଷ୍ଟିକର ଲଗାଯିବା ଘଟଣାକୁ ପୂର୍ବରୁ ବିରୋଧ କରିଆସୁଥିଲା ଭାଜପା। ଏପରିକି ରାଜ୍ୟପାଳଙ୍କୁ ମଧ୍ୟ ଏ ନେଇ ଭାଜପା ଆପତ୍ତି କରିବା ସହ ବିଜୁ ପକ୍କାଘର ଯୋଜନାର ଷ୍ଟିକର ହଟାଇବାକୁ ଦାବି କରି ସ୍ମାରକପତ୍ର ଦେଇଥିଲା।

ସେହିପରି ଗତ ଫେବ୍ରୁଆରୀ ୧୨ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ତ୍ୱରେ ଭାଜପା ସାଂସଦମାନଙ୍କ ଏକ ଟିମ୍‌ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ ଲାଗି ଅନୁରୋଧ କରିଥିଲେ। ଏବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅଫିସିଆଲ ଲୋଗୋ ଲଗାଇବାକୁ ରାଜ୍ୟକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri