ପିପିଇ କିଟ୍‌ ଦୁର୍ନୀତି ମାମଲା ବନ୍ଦ କଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଇ କିଟ୍‌ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତଙ୍କ ୩ଜଣିଆ ଖଣ୍ଡପୀଠ ଶୁକ୍ରବାର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରଦାନ କରାଯାଇଥିବା ପ୍ରାଥମିକ ତଦନ୍ତ ରିପୋର୍ଟ ଆଧାରରେ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ କ୍ଲିନ୍‌ ଚିଟ୍‌ ଦେବା ସହ ପିପିଇ କିଟ୍‌ ଓ ମାସ୍କ କିଣାରେ କୌଣସି ପ୍ରକାର ଦୁର୍ନୀତି ହୋଇ ନ ଥିବା ଦର୍ଶାଇ ମାମଲାକୁ ବନ୍ଦ କରିଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ସମୟରେ ଅଭିଯୋଗକାରୀ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁଶାନ୍ତ ପାଢୀ ଓ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ ଉପସ୍ଥିତ ଥିଲେ।
ତେବେ ଲୋକାୟୁକ୍ତଙ୍କ ଏହି ଶୁଣାଣି ଉପରେ କଂଗ୍ରେସ ପ୍ରଶ୍ନ ଉଠାଇଛି। ଭିଜିଲାନ୍ସ ରିପୋର୍ଟକୁ ସାର୍ବଜନୀନ ନ କରି ଏପରିକି ଆବେଦନକାରୀଙ୍କୁ ନ ଦେଖାଇ ଓ ତା’ର ସତ୍ୟତା ଉପରେ ଅନୁସନ୍ଧାନ ନ କରି ଲୋକାୟୁକ୍ତ ଚୂଡ଼ାନ୍ତ ରାୟ ଦେଇଥିବାରୁ ଆବେଦନକାରୀ ତଥା କଂଗ୍ରେସ ମୁଖପାତ୍ର ଦାସ ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ହାଇକୋର୍ଟରେ ଏହି ନିଷ୍ପତି ବିରୋଧରେ ଅପିଲ କରାଯିବ ବୋଲି ସୁଦର୍ଶନ କହିଛନ୍ତି।
ସୂଚନା ଅନୁଯାୟୀ, କୋଭିଡ୍‌ ପରିଚାଳନା ସମୟରେ ପିପିଇ କିଟ୍‌ ଓ ମାସ୍କ କିଣିବାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଦୁର୍ନୀତି କରାଯାଇଥିବା ନେଇ ଭାଜପା ଓ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଥିଲା। ଏହାର ତଦନ୍ତ ପାଇଁ ସୁଶାନ୍ତ ପାଢୀ ଓ ସୁଦର୍ଶନ ଦାସ ଗତବର୍ଷ ଜୁନ୍‌ ୧୭ରେ ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକୁ ଗ୍ରହଣ କରି ଲୋକୟୁକ୍ତ ଏହା ଉପରେ ୮ଥର ଶୁଣାଣି କରିଥିଲେ। ରାଜ୍ୟ ସରକାରଙ୍କ ତକତ୍ାଳୀନ ଶିଳ୍ପ ବିଭାଗ ସଚିବ ତଥା କୋଭିଡ୍‌ ସାମଗ୍ରୀ କିଣା ଦାୟିତ୍ୱରେ ଥିବା ବରିଷ୍ଠ ଆଇଏଏସ୍‌ ଅଫିସର ହେମନ୍ତ ଶର୍ମା, ଔଷଧ ନିଗମ ଏମ୍‌.ଡି. ଯାମିନୀ ଷଡ଼ଙ୍ଗୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ପକ୍ଷଭୁକ୍ତ କରି ମୌଖିକ ଓ ଲିଖିତ ଜବାବ ତଲବ କରିଥିଲେ। ଏଥିସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ କେଉଁ ପରିପ୍ରେକ୍ଷୀରେ ହେମନ୍ତ ଶର୍ମାଙ୍କୁ କୋଭିଡ୍‌ ସାମଗ୍ରୀ କିଣା କମିଟିରୁ ବାଦ୍‌ କରାଗଲା ତା’ର ଜବାବ ମାଗିଥିଲେ। ଗତ ଡିସେମ୍ବର ୭ରେ ଏହାର ପ୍ରାଥମିକ ତଦନ୍ତ ପାଇଁ ଭିଜିଲାନ୍ସଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଭିଜିଲାନ୍ସ ପକ୍ଷରୁ ଗତ ୧୬ ତାରିଖରେ ଲୋକାୟୁକ୍ତଙ୍କ ନିକଟରେ ତଦନ୍ତ ରିପୋର୍ଟ ଦାଖଲ ହୋଇଥିଲା। ଭିଜିଲାନ୍ସର ଏହି ରିପୋର୍ଟ ଆଧାରରେ ଖଣ୍ଡପୀଠ ଶୁଣାଣି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri