ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କୃଷି ଯନ୍ତ୍ରାଂଶ ସବ୍‌ସିଡି ହଡ଼ପ ଘଟଣାର ତଦନ୍ତ ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ। ଜୁଲାଇ ୧୫ ମଧ୍ୟରେ ଆବଶ୍ୟକ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ଗତ ୧୩ ତାରିଖରେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏହି ନିର୍ଦ୍ଦେଶ ପରେ ନିଗମାନନ୍ଦ ଆସୋସିଏଟ୍‌ସର ମାଲିକ ତଥା ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କ ପାଇଁ ଅଡ଼ୁଆ ବଢ଼ିଛି।
ସୂଚନା ଅନୁଯାୟୀ, ନିଗମାନନ୍ଦ ଆସୋସିଏଟ୍‌ସ ଧାନକଟା ଯନ୍ତ୍ର, ଟ୍ରାକ୍ଟର ଓ ପାୱାରଟିଲର ଆଦି କୃଷି ଯନ୍ତ୍ରାଂଶ ବିକ୍ରୟ କରିଥାଏ। ଏହି କୃଷି ଯନ୍ତ୍ରାଂଶ ବାବଦକୁ ସରକାରଙ୍କ ପକ୍ଷରୁ ଡିବିଟି ସ୍କିମ୍‌ ଜରିଆରେ ଚାଷୀଙ୍କୁ ସବ୍‌ସିଡି ମିଳିଥାଏ। ତେବେ ବିଧାୟକ ଆଦିବାସୀ ଚାଷୀଙ୍କ ନାଁ ରେ ଚଞ୍ଚକତା କରି କୋଟି କୋଟି ଟଙ୍କା ସବ୍‌ସିଡି ଅର୍ଥକୁ ହଡପ କରିଥିବା ଅଭିଯୋଗ ହୋଇ ଆସୁଛି। ମୟୂରଭଞ୍ଜ ଓ ବାଲେଶ୍ୱରର କେତେଜଣ ଚାଷୀ ନାଁରେ ଏହି ସବ୍‌ସିଡ ଅର୍ଥ ହଡପ କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ନିଗମାନନ୍ଦ ଆସୋସିଏଟ୍‌ସ ୨୫ ଲକ୍ଷ ଟଙ୍କା ଜମା କରି ପୁଣି ସେହି ଅର୍ଥକୁ ସଂସ୍ଥା ଜମାଖାତାକୁ ଟ୍ରାନ୍ସଫର କରିଛି। ହିତାଧିକାରୀଙ୍କୁ ଧାନକଟା ଯନ୍ତ୍ର ନ ଦେଇ କାଗଜପତ୍ରରେ ବିକ୍ରୟ କରାଯାଇଥିବା ଦର୍ଶାଇ ଉକ୍ତ ସଂସ୍ଥା ନିର୍ଦ୍ଦିଷ୍ଟ ଦଲାଲଙ୍କ ମାଧ୍ୟମରେ ପ୍ରତ୍ୟେକ ଯନ୍ତ୍ର ବାବଦକୁ ୬ଲକ୍ଷ ଟଙ୍କା ଲେଖାଏ ସବ୍‌ସିଡି ଅର୍ଥକୁ ହଡ଼ପ କରିଥିବା ଅଭିଯୋଗ ହୋଇଛି। ଏପରି ଭାବେ ନିଗମାନନ୍ଦ ଜଆସୋସିଏଟ୍‌ର ମାଲିକ ରେମୁଣା ବିଧାୟକ ୨୦୧୭-୧୮,୨୦୧୮-୧୯ ଓ ୨୦୧୯-୨୦ରେ ଜାଲ ହିତାଧିକାରୀଙ୍କ ଜରିଆରେ କୋଟି କୋଟି ଟଙ୍କା ସବ୍‌ସିଡି ଅର୍ଥ ହଡପ କରିଥିବା ନେଇ ଫେବୃୟାରୀ ୪ରେ ବାଲେଶ୍ୱର ରଣାସାହିର ତନୟ ମହାନ୍ତି ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri