ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା ସହ ରିପୋର୍ଟ ପ୍ରଦାନରେ ଅନେକ ଶିଥିଳତା ପ୍ରଦାନ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ପିଟିଶନ ହୋଇଥିଲା। ଏହାର ଶୁଣାଣି କରି ଲୋକାୟୁକ୍ତ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏନେଇ ନୋଟିସ କରିବା ସହ ଆସନ୍ତା ମାର୍ଚ୍ଚ ୧୫ ପରବର୍ତ୍ତୀ ଶୁଣାଣିରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସାମାଜିକ ତଥା ସୂଚନା ଅଧିକାର କର୍ମୀ ଜଟଣୀର ପ୍ରଶାନ୍ତ କୁମାର ମହାପାତ୍ର ଲୋକୟୁକ୍ତଙ୍କ ନିକଟରେ ଏହି ଅଭିଯୋଗ ଆଣିଥିଲେ। ସେ ତାଙ୍କ ପିଟିଶନରେ ସୂଚନା ଅଧିକାର ଆଇନ ବଳରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗରୁ ପାଇଥିବା ଏ ସଂକ୍ରାନ୍ତ ତଥ୍ୟକୁ ଉକ୍ତ ପିଟିଶନରେ ସ୍ଥାନିତ କରିଥିଲେ। ତଥ୍ୟ ଅନୁସାରେ ୨୦୧୫ରୁ ୨୦୨୦ ସେପ୍ଟେମ୍ବର ମଧ୍ୟରେ ଶତାଧିକ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିଲେ ମଧ୍ୟ ୬୯ଜଣଙ୍କ ବିରୋଧରେ ମାମଲା କରିବାକୁ ସରକାର ଅନୁମତି ଦେଇନାହାନ୍ତି। ଏହି ସମୟ ମଧ୍ୟରେ ଅନ୍ୟ ୨୭୭ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଛି। କିନ୍ତୁ ଉକ୍ତ ୬୯ ଜଣଙ୍କ ବିରୋଧରେ କାହିଁକି ମାମଲା ଦାଏର କରିବାକୁ ସରକାର ଅନୁମତି ଦେଇ ନ ଥିଲେ ଓ ଅନ୍ୟ କେତେକ ମାମଲାର ତଦନ୍ତ ପ୍ରକ୍ରିୟାରେ ଶିଥିଳତା ସଂକ୍ରାନ୍ତରେ ଜବାବ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ୍‌ରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri