‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍‌ ଓ ଅନ୍ୟାନ୍ୟ କୋଭିଡ୍‌ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇ ଏହି କେଳେଙ୍କାରୀର ଭିଜିଲାନ୍ସ ତଦନ୍ତ ପାଇଁ ସୁପାରିସ କରିବା ଘଟଣା କଂଗ୍ରେସର ଏକ ନୈତିକ ବିଜୟ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।
ବୁଧବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନିରଞ୍ଜନ କହିଛନ୍ତି, ଆଇନ ଅଦାଲତରେ ନୈତିକ ବିଜୟ ପରେ ଏହି ଦୁର୍ନୀତି ପ୍ରସଙ୍ଗକୁ ଲୋକଙ୍କ ଅଦାଲତକୁ ନେବାକୁ କଂଗ୍ରେସ ନିରନ୍ତର ଉଦ୍ୟମ ଜାରି ରଖିଛି। ଭିଜିଲାନ୍ସ ତଦନ୍ତର ନିରପେକ୍ଷତାକୁ ନେଇ ପୂର୍ବରୁ ବହୁ ପ୍ରଶ୍ନ ସୃଷ୍ଟି ହୋଇଥିଲେ ମଧ୍ୟ ଦୁର୍ନୀତିର ସତ୍ୟାସତ୍ୟ ଲୋକଲୋଚନକୁ ଆସିବ ବୋଲି ଆମେ ଦୃଢ଼ ଆଶାବାଦୀ। ମାସ୍କ, ପିପିଇ କିଟ୍‌ ଓ କୋଭିଡ୍‌ ସାମଗ୍ରୀ କିଣାରେ ହୋଇଥିବା ଦୁର୍ନୀତିରେ ଜରୁରିକାଳୀନ କ୍ରୟ କମିଟି, ମନ୍ତ୍ରୀସ୍ତରୀୟ କମିଟି ଓ ଏପରିକି କ୍ୟାବିନେଟ୍‌ କମିଟିର ଅନୁମୋଦନ ଥିବା ଘଟଣାକୁ ସରକାରୀ ଅଧିକାରୀମାନେ ଲୋକାୟୁକ୍ତଙ୍କ ଆଗରେ ପ୍ରକାଶ କରିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଥିବାରୁ ଭିଜିଲାନ୍ସ ସଂପୃକ୍ତ ବ୍ୟକ୍ତିମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଜରୁରୀ। ରାଜ୍ୟ ସରକାରଙ୍କ ଅସଲ ଚେହେରା, ଚରିତ୍ର ଓ ଚାଲ୍‌ର ପର୍ଦ୍ଦାଫାଶ ତଦନ୍ତରୁ ସ୍ପଷ୍ଟ ଜଣାପଡ଼ିବ ବୋଲି ନିରଞ୍ଜନ କହିଛନ୍ତି। ସ୍ବଚ୍ଛ ସରକାରର ଫମ୍ପା ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାର ଓ ବିଜୁ ଜନତା ଦଳ ଲୋକଙ୍କ ଟିକସରୁ ଆଦାୟ ଅର୍ଥକୁ ହରିଲୁଟ୍‌ କରିଥିବା ମସୁଧାକୁ ଓଡ଼ିଶାବାସୀ କଦାପି ବରଦାସ୍ତ କରିବେ ନାହିଁ ବୋଲି ସେ କହିିଛନ୍ତି। ଆସନ୍ତା ଫେବୃୟାରୀ ମଧ୍ୟରେ ଭିଜିଲାନ୍ସ ଲୋକାୟୁକ୍ତଙ୍କୁ ସବିଶେଷ ତଦନ୍ତର ତଥ୍ୟ ପ୍ରଦାନ ପର୍ଯ୍ୟନ୍ତ କଂଗ୍ରେସ ଓଡ଼ିଶାବାସୀଙ୍କ ନିକଟରେ ଉକ୍ତ ପ୍ରସଙ୍ଗକୁ ନେଇ ଜୋରଦାର ଆନ୍ଦୋଳନାତ୍ମକ ପଦକ୍ଷେପ ଜାରି ରଖିବ। ଏହି ଖବରଦାତା ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ଓ ପୂର୍ବତନ ବିଧାୟକ ଯଜ୍ଞେଶ୍ୱର ବାବୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri