ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ: ବଟେଶ୍ୱର ପୀଠରେ ସପ୍ତଫେଣୀ ନାଗ ଦେଖି…

ଗଞ୍ଜାମ,୨୧।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଗ୍ରାମ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବାବା ବଟେଶ୍ୱର ପୀଠରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନୂତନ ସପ୍ତଫେଣୀ ନାଗ ମୃତ୍ତି ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିକଟସ୍ଥ ଛଅ ଖଣ୍ଡ ଗ୍ରାମବାସୀଙ୍କ ଦ୍ୱାରା ପରିଚାଳିତ ଏହି ପ୍ରସିଦ୍ଧ ଶୈବ ପୀଠରେ ନୂତନ ନାଗ ମୃତ୍ତି ପ୍ରତିଷ୍ଠା ନିମନ୍ତେ ବହୁ ବାର ଆଲୋଚନା ହୋଇ ଆସୁଥିଲେ ମଧ୍ୟ ହୋଇ ପାରୁ ନ ଥିଲା। ବର୍ତ୍ତମାନ ବହୁ ପ୍ରତୀକ୍ଷାର ଅନ୍ତ ଘଟି ଥିବା ପରିଚାଳନା କମିଟି ବରିଷ୍ଠ ସଦସ୍ୟ ବିରେନ ପ୍ରଧାନ ସୂଚନା ଦେଇଛନ୍ତି l

ଏହି ଉପଲକ୍ଷେ ହୋମ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ପୁରୋହିତ ଅଶୋକ ଶତପଥୀଙ୍କ ପୂଜାର୍ଚନା ଓ କର୍ତ୍ତା ଭାବେ ହୁମା ଅଞ୍ଚଳର ପ୍ରତିଷ୍ଠିତ ବ୍ୟବସାୟୀ ରଙ୍କନିଧି ସ୍ବାଇଁ ଓ ତାଙ୍କ ସହ ଧର୍ମଣୀ ରାଧାରାଣୀ ସ୍ବାଇଁଙ୍କ ଦ୍ୱାରା ହୋମ କାର୍ଯ୍ୟ ସମ୍ପନ୍ନ ହୋଇଥିଲା l ବଟେଶ୍ୱର ମନ୍ଦିର ଐତିହ୍ୟ ସରଂକ୍ଷଣ ପରିଚାଳନା କମିଟି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ,ସମ୍ପାଦକ ରଞ୍ଜିତ ପଲାଇ, ଶିବରାମ ପଲାଇ, ନିରାକାର ଜେନା, ବିରେନ ମାଷ୍ଟ୍ରେଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l

 


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri