‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର ସୌଭାଗ୍ୟ ମିଳିଛି। ଏ ହେଉଛି ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ନିକଟସ୍ଥ ବିଟିପୁର ଗ୍ରାମର ଯୁବ ଚିତ୍ରଶିଳ୍ପୀ ପଦ୍ମନାଭ ସେଠୀଙ୍କ ମନର କଥା। ତାଙ୍କ ହାତର ସ୍ପର୍ଶ ପାଇ ପଥର ଓ ମାଟି ଦେହରେ ଫୁଟି ଉଠେ ଜୀବନ୍ତ ଛବି। ଚିତ୍ରକଳା ହେଉ କି କାରୁ କଳା ସବୁଥିରେ ସେ ସିଦ୍ଧହସ୍ତ।
ପଦ୍ମନାଭ କହନ୍ତି, ପିଲାବେଳେ ମାଟିରେ ମୂର୍ତ୍ତି ଗଢ଼ିବା ସହ ଚିତ୍ରକଳା ପ୍ରତି ତାଙ୍କର ବିଶେଷ ଆଗ୍ରହ ଥିଲା। ପରେ ବିଭିନ୍ନ ଦେବଦେବୀଙ୍କ ମୃଣ୍ମୟୀ ମୂର୍ତ୍ତି ଗଢ଼ିବା ଓ ଛବି ଆଙ୍କିବା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଏହା ତାଙ୍କର ନିଶାରେ ପରିଣତ ହୋଇଥିଲା। ଭଦ୍ରକ ଚାରୁକଳା ମହାବିଦ୍ୟାଳୟରେ ସ୍ନାତକ ହାସଲ ପରେ ସ୍ବର୍ଗତ ରବିନାରାୟଣ ନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ି ଚାଲିଲେ। ରଥଯାତ୍ରା ପୂର୍ବରୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ନୀତି ନିୟମରେ ରହି ମହାବାହୁଙ୍କ ମୂର୍ତ୍ତିରେ ରଙ୍ଗ ଦେଇଥାନ୍ତି। ଭଦ୍ରକ ଜିଲାସ୍ତରୀୟ ସାଂସ୍କୃତିକ ମହୋତ୍ସବ କିମ୍ବା ଅନ୍ୟ ଉତ୍ସବରେ ବାଲୁକା କଳାରେ ଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ଗଢ଼ି ସେ ପ୍ରଶଂସିତ ଓ ସମ୍ବର୍ଦ୍ଧିତ ହୋଇଛନ୍ତି। ବିଭିନ୍ନ ବିଦ୍ୟାଳୟର ପିଲା ଓ ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ଟେରାକୋଟା ତାଲିମ ପ୍ରଦାନ ସହ ମହାପ୍ରଭୁଙ୍କ ବିଭିନ୍ନ ବେଶ କଳା ମାଧ୍ୟମରେ ପ୍ରଦର୍ଶିତ କରି ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ଏସବୁରେ ତାଙ୍କୁ ଆତ୍ମତୃପ୍ତି ମିଳିଥାଏ ବୋଲି ପଦ୍ମନାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri