ଖରା, କାକରରେ ପଡ଼ି ରହିଛନ୍ତି ମହାପ୍ରଭୁ

ଢେଙ୍କାନାଳ ଅଫିସ,୨୪ା୧୧: କୋଟି କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ପୁଣି ଅପମାନ କରାଯାଇଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜବାହର ଚୌକ ଅଞ୍ଚଳରେ। ଜବାହର ଚୌକ ଅଞ୍ଚଳରେ ସହରର ପ୍ରମୁଖ ରାସ୍ତାକଡ଼ରେ ଖରା,କାକର, ଧୂଳିରେ ଆଜକୁ ପ୍ରାୟ ଦେଢ଼ ମାସ ହେବ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛନ୍ତି ମହାପ୍ରଭୁ । ଏଥି ପ୍ରତି ବଜାର କମିଟି ସଦସ୍ୟ , କର୍ମକର୍ତ୍ତା କିମ୍ବା ଏହି ରାସ୍ତା ଦେଇ ଯାଉଥିବା ଲୋକମାନଙ୍କର ମଧ୍ୟ ଦୃଷ୍ଟି ପଡ଼ୁନାହିଁ ।

ଗତ କୁମାର ପୂର୍ଣ୍ଣିମା ପରଠାରୁ ୧୧ ଦିନ ବ୍ୟାପି ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ମହୋତ୍ସବ ସହରରେ ମହାସମାରୋହରେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଜବାହର ଚୌକ ପୂଜା କମିଟି ପକ୍ଷରୁ ପୌରାଣିକ କଥା ବସ୍ତୁକୁ ନେଇ ଅନନ୍ତ ନାଗଙ୍କ ମଝିରେ ମା’ ଲକ୍ଷ୍ମୀ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସହ ବିଜେ କରିଥିବା ମୂର୍ତ୍ତି ନିର୍ମାଣ କରି ପୂଜା ମଣ୍ଡପରେ ଆକର୍ଷଣୀୟ ଭାବେ ସାଜ ସଜା କରାଯାଇ ୧୧ ଦିନ ବ୍ୟାପି ପୂଜାର୍ଚ୍ଚନା କରାଯାଇଥିଲା। ଅକ୍ଟୋବର ୧୯ରେ ମା’ ଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହା ପର ଠାରୁ ରାସ୍ତାକଡ଼ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ଧୁଳି ଧୂସର ହୋଇ ଖରା, କାକରରେ ପଡ଼ିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri