ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ ଅଫିସ,୨୭।୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚକର ଦ୍ୱିତୀୟ ଦିନରେ ଗୁରୁବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ଶେଷ ହେବା ପରେ ଠାକୁରମାନଙ୍କ ବାଙ୍କଚୂଡ଼ା ବେଶ କରାଯାଇଥିଲା। ଏହି ବେଶରେ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ଼ ଖୋସା ପକାଯାଇଥିଲା। ଖୋସାର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜାଯାଇଥିଲା। ଏକ ଛୋଟ ସ୍ବର୍ଣ୍ଣ କିରୀଟ ମହାପ୍ରଭୁଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥିଲା। ଲକ୍ଷ୍ମୀନାରାୟଣ ବେଶରେ ବ୍ୟବହୃତ ହେଉଥିବା ଅଧିକାଂଶ ଅଳଙ୍କାର ଏହି ବେଶରେ ଲାଗି ହୋଇଥିଲେ ଦାରୁଦିଅଁ। ଏଥିସହ ଶ୍ରୀମନ୍ଦିରରେ ଗରୁଡ଼ ଉତ୍‌ଥାପନ ନୀତି ସମ୍ପନ୍ନ ହୋଇଛି। ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଥିବାବେଳେ ଗୁରୁବାର ଦ୍ୱାଦଶୀରେ ଗରୁଡ଼ ନିଦ୍ରା ତ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri