ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୫।୩:  ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ ସେବକମାନେ ନୀତି ନିମନ୍ତେ ଦକ୍ଷିଣଘରୁ ଶ୍ରୀରାମ ଚନ୍ଦ୍ରଙ୍କ ବିଗ୍ରହକୁ ରତ୍ନ ସିଂହାସନକୁ ନେଇଥିଲେ। ସେଠାରେ ପାଳିଆ ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କଠାରୁ ଏକ ଆଜ୍ଞାମାଳ ଆଣି ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ ପ୍ରଦାନ କରିଥିଲେ। ଆଜ୍ଞାମାଳ ପାଇବା ପରେ ମହାଜନ ସେବକମାନେ ବେଣ୍ଟ (ଶିକାର) ନୀତି ନିମନ୍ତେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ ବିମାନରେ ବିଜେ କରାଇଥିଲେ। ପରେ ବିମାନବଡୁ ସେବକମାନେ ବିମାନରେ ଠାକୁରଙ୍କୁ ନେଇ ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ। ସେଠାରେ ମହାଜନ ସେବକ ଠାକୁରଙ୍କୁ ଖଟ ଉପରେ ବିଜେ କରାଇ ବନ୍ଦାପନା ସମ୍ପନ୍ନ ହେବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର ମହାଜନଙ୍କ ହସ୍ତରେ ବେଣ୍ଟ ନୀତି ନିମନ୍ତେ ମଠ ପରିସରରେ ଥିବା ବେଣ୍ଟ ପୋଖରୀକୁ ବିଜେ ହୋଇଥିଲେ। ଶରଗୁଡିକୁ ମହାପ୍ରଭୁଙ୍କ ଶ୍ରୀହସ୍ତରେ ଲଗାଇ ପୂଜାପଣ୍ଡା ସାମନ୍ତ ଶରଗୁଡିକୁ ଅଭିମନ୍ତ୍ରିତ କରି ଲେଙ୍କା ସେବକ ବା ଦଳ ବେହେରାଙ୍କୁ ଦିଅନ୍ତି। ଲେଙ୍କା ସେବକ ପଇଡ଼ଗୁଡିକୁ ମୁର୍ଗ ଭାବେ ବିବେଚନା କରି ପଇଡ଼କୁ ଶରବିଦ୍ଧ କରିଥାନ୍ତି। ନୀତି ନିମନ୍ତେ ସେଠାରେ ପୂର୍ବରୁ ୬ଟି ପଇଡ଼ ରଖାଯାଇଥିଲା। ସେଥିମଧ୍ୟରୁ ଲେଙ୍କା ୫ଟିରେ ତୀର ମାରିଥିଲେ। ଗୋଟିଏ ଅକ୍ଷତ ଅବସ୍ଥାରେ ସାଙ୍ଗରେ ନେଇ ଆସିଥିଲେ। ଏହାପରେ ଅବକାଶ, ମଇଲମ, ସ୍ନାନ, ଶୀତଳ ଭୋଗ, କର୍ପୂର ଆଳତି, ବନ୍ଦାପନା ଆଦି ନୀତି କରାଯାଇଥିଲା। ପରେ ଠାକୁର ବିମାନରେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?