ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୫।୩:  ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ ସେବକମାନେ ନୀତି ନିମନ୍ତେ ଦକ୍ଷିଣଘରୁ ଶ୍ରୀରାମ ଚନ୍ଦ୍ରଙ୍କ ବିଗ୍ରହକୁ ରତ୍ନ ସିଂହାସନକୁ ନେଇଥିଲେ। ସେଠାରେ ପାଳିଆ ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କଠାରୁ ଏକ ଆଜ୍ଞାମାଳ ଆଣି ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ ପ୍ରଦାନ କରିଥିଲେ। ଆଜ୍ଞାମାଳ ପାଇବା ପରେ ମହାଜନ ସେବକମାନେ ବେଣ୍ଟ (ଶିକାର) ନୀତି ନିମନ୍ତେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କୁ ବିମାନରେ ବିଜେ କରାଇଥିଲେ। ପରେ ବିମାନବଡୁ ସେବକମାନେ ବିମାନରେ ଠାକୁରଙ୍କୁ ନେଇ ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ। ସେଠାରେ ମହାଜନ ସେବକ ଠାକୁରଙ୍କୁ ଖଟ ଉପରେ ବିଜେ କରାଇ ବନ୍ଦାପନା ସମ୍ପନ୍ନ ହେବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର ମହାଜନଙ୍କ ହସ୍ତରେ ବେଣ୍ଟ ନୀତି ନିମନ୍ତେ ମଠ ପରିସରରେ ଥିବା ବେଣ୍ଟ ପୋଖରୀକୁ ବିଜେ ହୋଇଥିଲେ। ଶରଗୁଡିକୁ ମହାପ୍ରଭୁଙ୍କ ଶ୍ରୀହସ୍ତରେ ଲଗାଇ ପୂଜାପଣ୍ଡା ସାମନ୍ତ ଶରଗୁଡିକୁ ଅଭିମନ୍ତ୍ରିତ କରି ଲେଙ୍କା ସେବକ ବା ଦଳ ବେହେରାଙ୍କୁ ଦିଅନ୍ତି। ଲେଙ୍କା ସେବକ ପଇଡ଼ଗୁଡିକୁ ମୁର୍ଗ ଭାବେ ବିବେଚନା କରି ପଇଡ଼କୁ ଶରବିଦ୍ଧ କରିଥାନ୍ତି। ନୀତି ନିମନ୍ତେ ସେଠାରେ ପୂର୍ବରୁ ୬ଟି ପଇଡ଼ ରଖାଯାଇଥିଲା। ସେଥିମଧ୍ୟରୁ ଲେଙ୍କା ୫ଟିରେ ତୀର ମାରିଥିଲେ। ଗୋଟିଏ ଅକ୍ଷତ ଅବସ୍ଥାରେ ସାଙ୍ଗରେ ନେଇ ଆସିଥିଲେ। ଏହାପରେ ଅବକାଶ, ମଇଲମ, ସ୍ନାନ, ଶୀତଳ ଭୋଗ, କର୍ପୂର ଆଳତି, ବନ୍ଦାପନା ଆଦି ନୀତି କରାଯାଇଥିଲା। ପରେ ଠାକୁର ବିମାନରେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri