ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୦।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିଥିଲେ। ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ପରେ ମଇଲମ ନୀତି ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ପ୍ରାୟ ୪.୦୫ରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିଥିଲେ। ଖସାପଡ଼ା ନୀତି ପାଇଁ ଦଇତାପତିମାନେ ଗର୍ଭଗୃହକୁ ଅପରାହ୍ନ ୪.୨୦ରେ ପ୍ରବେଶ କରିଥିଲେ। ନୀତି ପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୩ଘଣ୍ଟା ବନ୍ଦ ରହିଥିଲା। ନୀତି ସମ୍ପନ୍ନ ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢିଥିଲା। ପରେ ମଇଲମ ବେଶ, ସନ୍ଧ୍ୟା ଆଳତି ବଢି ଅନ୍ୟାନ୍ୟ ନୀତି ସହ ରାତ୍ର ପହୁଡ ନୀତି ସମ୍ପନ୍ନ ହୋଇଥିଲା। ଖସାପଡ଼ା ହେଉଛି ଏକ ଗୁପ୍ତ ନୀତି। ଏଥିପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ହୁଏ । ଏହି ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ଏହି ନୀତି ସମ୍ପନ


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri