ବଡ଼ ପରଦାରେ ଦେଖିବାକୁ ମିଳିବ ସୁକେଶ- ଜ୍ୟାକଲିନଙ୍କ ପ୍ରେମ କାହାଣୀ, ନିର୍ମାଣ ହେବ ଫିଲ୍ମ

ମୁମ୍ବାଇ: ମହାଠକ ସୁକେଶ ଚନ୍ଦ୍ରଶେଖର ଦୀର୍ଘ ଦିନ ଧରି ହେଡଲାଇନରେ ରହିଆସିଛନ୍ତି। ୨୦୦ କୋଟି ଟଙ୍କା ହେରଫେର ଅଭିଯୋଗରେ ବର୍ତ୍ତମାନ ସେ ତିହାର ଜେଲରେ ଅଛନ୍ତି। ଏହି ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସ ମଧ୍ୟ ଜଡିତ ଥିବା ଖବର ସାମ୍ନାକୁ ଆସିଥିଲା। ଏପରିକି ଜ୍ୟାକଲିନଙ୍କ ସହ ସୁକେଶଙ୍କ ପ୍ରେମ କାହାଣୀ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲା। ଏହି ସମୟରେ ସୁକେଶଙ୍କ କାହାଣୀ ବଡ ପରଦାରେ ମୁକ୍ତିଲାଭ କରିବାକୁ ଯାଉଛି ବୋଲି ଖବର ସାମ୍ନାକୁ ଆସିଛି। ସୁକେଶଙ୍କ ଜୀବନୀ ଉପରେ ଏହି ଚଳଚ୍ଚିତ୍ର ନିର୍ମାଣ ହେବ।

ଚଳଚ୍ଚିତ୍ର ନିର୍ମାତା ଆନନ୍ଦ କୁମାର ସୁକେଶଙ୍କ ଜୀବନୀ ଉପରେ ଆଧାରିତ ଏକ ଫିଲ୍ମ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି। ତିହାର ଜେଲର ଏଏସ୍‌ପି ଦୀପକ ଶର୍ମା କହିଛନ୍ତି ଯେ, ସୁକେଶଙ୍କ କାହାଣୀ ପାଇଁ ଲୋକମାନେ ବହୁତ ଆଗ୍ରହୀ ଅଟନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆନନ୍ଦ କୁମାର ସୁକେଶଙ୍କ ବିଷୟରେ କିଛି ତଥ୍ୟ ସଂଗ୍ରହ କରିବା ପାଇଁ ଜେଲ୍‌କୁ ଆସିଥିଲେ। ଏହା ପରେ ଦୀପକ ଶର୍ମା ନିର୍ମାତା ଆନନ୍ଦ କୁମାରଙ୍କ ସହ ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିଥିଲେ। ଯେଉଁଥିରେ ସୁକେଶଙ୍କ ପ୍ରୋଜେକ୍ଟର ଗୁଜବକୁ ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri