ପ୍ରେମରେ ବିଫଳ ହୋଇ ଏମିତି ଚରମ ନିଷ୍ପତ୍ତି ନେଲେ ପ୍ରେମିକ, ପରିବାର ଲୋକେ ଶୋଇଥିବାବେଳେ କଲେ ଏହି କାମ…

ରାୟଗଡ଼ା,୧୪ା୮(ଆଶିଷ ରଞ୍ଜନ ପଣ୍ଡା): ପ୍ରେମରେ ପ୍ରତାରଣା ପାଇବା ପରେ ଜଣେ ୨୨ବର୍ଷୀୟ ଯୁବକ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ଡିଏଫ୍‌ଓ କଲୋନୀରେ ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ହେଲେ ରାକେଶ ପରିଡ଼ା। ପରିବାର ଲୋକେ ରାତି ଶୋଇଥିବା ବେଳେ ଘରର ଫ୍ୟାନ୍‌ରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଏନେଇ ରାୟଗଡ଼ା ଟାଉନ ଥାନାରେ ଅଭିଯୋଗ ହେବା ପରେ ପୋଲିସ ମୃତଦେହ ଉଦ୍ଧାର କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ତେବେ ରାକେଶକୁ ଭଲ ପାଉଥିବା ଝିଅ ନିର୍ଯାତନା ଦେବାରୁ ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲା ବୋଲି ମୃତକର ମା’ ସରସ୍ବତୀ ପରିଡ଼ା ଅଭିଯୋଗ କରିବା ସହ ଏନେଇ ଥାନାରେ ଏକ ଏତଲା ଦେଇଛନ୍ତି। ଦୀର୍ଘଦିନ ହେବ ସଂପୃକ୍ତ ଯୁବତୀ ରାକେଶଙ୍କୁ ଭଲ ପାଉଥିବା ବେଳେ ଉଭୟ ପରିବାରର ଜାଣତରେ ବିବାହ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ କୌଣସି କାରଣବଶତଃ ଦୁହିଁଙ୍କ ସମ୍ପର୍କରେ ଫାଟ ହୋଇଥିଲା। ତେବେ ପୁଅ ବାରମ୍ବାର ମାନସିକ ନିର୍ଯାତନା ପାଇବା ପରେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ କୈଣସି ପୋଲିସ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ନ ଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ରାୟଗଡ଼ା ଟାଉନ ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ,! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri