ପ୍ରେମରେ ବିଫଳ ହୋଇ ଏମିତି ଚରମ ନିଷ୍ପତ୍ତି ନେଲେ ପ୍ରେମିକ, ପରିବାର ଲୋକେ ଶୋଇଥିବାବେଳେ କଲେ ଏହି କାମ…

ରାୟଗଡ଼ା,୧୪ା୮(ଆଶିଷ ରଞ୍ଜନ ପଣ୍ଡା): ପ୍ରେମରେ ପ୍ରତାରଣା ପାଇବା ପରେ ଜଣେ ୨୨ବର୍ଷୀୟ ଯୁବକ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ଡିଏଫ୍‌ଓ କଲୋନୀରେ ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ହେଲେ ରାକେଶ ପରିଡ଼ା। ପରିବାର ଲୋକେ ରାତି ଶୋଇଥିବା ବେଳେ ଘରର ଫ୍ୟାନ୍‌ରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଏନେଇ ରାୟଗଡ଼ା ଟାଉନ ଥାନାରେ ଅଭିଯୋଗ ହେବା ପରେ ପୋଲିସ ମୃତଦେହ ଉଦ୍ଧାର କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ତେବେ ରାକେଶକୁ ଭଲ ପାଉଥିବା ଝିଅ ନିର୍ଯାତନା ଦେବାରୁ ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲା ବୋଲି ମୃତକର ମା’ ସରସ୍ବତୀ ପରିଡ଼ା ଅଭିଯୋଗ କରିବା ସହ ଏନେଇ ଥାନାରେ ଏକ ଏତଲା ଦେଇଛନ୍ତି। ଦୀର୍ଘଦିନ ହେବ ସଂପୃକ୍ତ ଯୁବତୀ ରାକେଶଙ୍କୁ ଭଲ ପାଉଥିବା ବେଳେ ଉଭୟ ପରିବାରର ଜାଣତରେ ବିବାହ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ କୌଣସି କାରଣବଶତଃ ଦୁହିଁଙ୍କ ସମ୍ପର୍କରେ ଫାଟ ହୋଇଥିଲା। ତେବେ ପୁଅ ବାରମ୍ବାର ମାନସିକ ନିର୍ଯାତନା ପାଇବା ପରେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ କୈଣସି ପୋଲିସ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ନ ଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ରାୟଗଡ଼ା ଟାଉନ ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri