ପ୍ରେମିକାଙ୍କୁ ଭେଟିବାକୁ ଯାଇଥିଲେ ପ୍ରେମିକ, ହାତଗୋଡ଼ ବାନ୍ଧି ଟ୍ରେନ୍‌ ଲାଇନ୍‌ରେ ପକାଇଦେଲେ ପରିବାର ଲୋକେ

ଜୟପୁର,୪ା୨: ରାଜସ୍ଥାନର ଭରତପୁର ଜିଲାର ବୟାନା ଥାନା ପୋଲିସ ଅଞ୍ଚଳର ଶେରଗଡ଼ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରିବାର ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ମୃତକଙ୍କ ପରିବାର ସଦସ୍ୟ ପ୍ରେମ ସମ୍ପର୍କକୁ ନେଇ ତାଙ୍କ ପୁଅକୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି। ରବିବାର ସକାଳେ ଗାଁ ଦେଇ ଯାଉଥିବା ଦିଲ୍ଲୀ-ମୁମ୍ବାଇ ରେଲ୍‌ଓ୍ବେ ଟ୍ରାକ୍‌ରେ ଜଣେ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଥିଲା। ସୂଚନା ପାଇବା ପରେ କୋଟଓ୍ବାଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହକୁ ନେଇ ବୟାନା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲା।

ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନର କରାଯାଇଛି। ମୃତ ଯୁବକଙ୍କ ପିତା ଯୁବତୀଙ୍କ ପରିବାର ନାମରେ ଥାନାରେ ଏକ ହତ୍ୟା ମାମଲା ରୁଜୁ କରିଛନ୍ତି। ଡାକ୍ତରଖାନାରେ ଉପସ୍ଥିତ ମୃତ ଯୁବକ ଜୀବନଙ୍କ ପରିବାର ସଦସ୍ୟ କହିଛନ୍ତି ଯେ, ଜୀବନ ସେହି ଗାଁର ଜଣେ ଯୁବତୀଙ୍କ ସହିତ ପ୍ରେମ ସମ୍ପର୍କ ରଖିଥିଲେ। ଶନିବାର ରାତିରେ ସେ ସାକ୍ଷାତ କରିବାକୁ ଯୁବତୀଙ୍କ ଘରକୁ ଯାଇଥିଲେ। ସେଠାରେ ଯୁବତୀଙ୍କ ପରିବାର ଉଭୟଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଥିଲେ।

ଏହା ପରେ ଯୁବତୀଙ୍କ ପରିବାର ସଦସ୍ୟ ଜୀବନଙ୍କୁ ଖୁବ୍‌ ପିଟିଥିଲେ। ଜୀବନଙ୍କ ପିତା ଗୋବିନ୍ଦ ଗୁରୁଜାର ଅଭିଯୋଗ କରିଛନ୍ତି ଯେ, ଏହା ପରେ ଯୁବତୀଙ୍କ ପରିବାର ଲୋକେ ତାଙ୍କ ପୁଅକୁ ଦଉଡ଼ିରେ ବାନ୍ଧି ରେଳ ଟ୍ରାକ୍‌ରେ ଫିଙ୍ଗି ଦେଇଛନ୍ତି। ସେଠାରେ ଟ୍ରେନ ଧକ୍କା ହେବା ପରେ ତାଙ୍କର ମୃତ୍ୟୁ ଘଟିଛି।

ଟାଉନ ଆଉଟପୋଷ୍ଟର ଦାୟିତ୍ୱରେ ଥିବା ଏଏସ୍‌ଆଇ ନିର୍ଭର ସିଂ ଗୁରୁଜାର କହିଛନ୍ତି, ମୃତ ଯୁବକଙ୍କ ପିତା ଅଭିଯୋଗ କରିଛନ୍ତି ଯେ, ତାଙ୍କ ପୁଅକୁ ଝିଅଘର ଲୋକେ ମାରିଦେଇଛନ୍ତି। ତେବେ ସମସ୍ତ ଦିଗକୁ ଦୃଷ୍ଟିରେ ରଖି ମାମଲାର ତଦନ୍ତ କରାଯିବ। ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ପୋଲିସ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?